www.samajalive.in
Saturday, December 6, 2025
15.1 C
Bhubaneswar

ଓମାର ଅବଦୁଲ୍ଲା ବିଜୟୀ; ଜାମ୍ମୁ-କଶ୍ମୀରର ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କଶ୍ମୀରରେ ହେବ ମେଣ୍ଟ ସରକାର। ଏନସି ନେତା ଓମାର ଅବଦୁଲ୍ଲା ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ। ଏନେଇ ଏନସି ମୁଖ୍ୟ ଫାରୁକ୍‌‌ ଅବଦୁଲ୍ଲା ଘୋଷଣା କରିଛନ୍ତି। ୯୦ ଆସନ ବିଶିଷ୍ଟ ଜାମ୍ମୁ-କଶ୍ମୀର ବିଧାନସଭା ଆସନରେ ସରକାର ଗଢିବା ଲାଗି ମ୍ୟାଜିକ ନମ୍ବର ହେଉଛି ୪୬। ଏନସି ଏଠାରେ ୫୨ସିଟରେ ଆଗୁଆ ରହିଥିବା ବେଳେ ବିଜେପି ମାତ୍ର ୨୭ଟି ସିଟ୍‌‌ ପାଇଛି। ସେହିପରି ପିଡିପି ୨ଟି ସିଟରେ ଆଗୁଆ ରହିଥିବା ବେଳେ ଅନ୍ୟ ସ୍ୱାଧୀନ ଦଳ ୯ଟି ସିଟରେ ଆଗୁଆ ରହିଛନ୍ତି। ତେବେ ନିର୍ବାଚନ ଫଳାଫଳ ସ୍ପଷ୍ଟ ହେବା ପରେ ଶ୍ରୀନଗରରେ ଏନସିର ମୁଖ୍ୟ ଫାରୁକ୍‌‌ ଅବଦୁଲ୍ଲା ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ୧୦ବର୍ଷ ପରେ ଲୋକଙ୍କ ମତ ସ୍ପଷ୍ଟ ହୋଇଛି। ଏଠାରେ ଘୃଣାର ବାତାବରଣ ଦୂର କରି ହିନ୍ଦୁ-ମୁସଲମାନଙ୍କ ମଧ୍ୟରେ ଭାଇଚାରା ପ୍ରତିଷ୍ଠା କରିବା ଲାଗି ମେଣ୍ଟ ସରକାର ଉଦ୍ୟମ କରିବେ ବୋଲି ଫାରୁକ କହିଛନ୍ତି। ଜାମ୍ମୁ-କଶ୍ମୀର ଲୋକଙ୍କ ମତ ଆମ ପ୍ରତି ପୂର୍ବରୁ ଥିଲା ଏବଂ ଏବେ ଏହା ଅଧିକ ସ୍ପଷ୍ଟ ହୋଇଛି ବୋଲି ଫାରୁକ ମତ ଦେଇଛନ୍ତି।
ଅନ୍ୟପକ୍ଷରେ ଜାମ୍ମୁ-କଶ୍ମୀର ନିର୍ବାଚନରେ ପିଡିପି ଶୌଚନୀୟ ପ୍ରଦର୍ଶନ କରିଛି। ଏହାର ମୁଖ୍ୟ ମେହେବୁବା ମୁଫତି କହିଛନ୍ତି ଯେ ଦଳ ଶୌଚନୀୟ ପ୍ରଦର୍ଶନ କରିଥିବା ସତ୍ୱେ ନିଜ ଏଜେଣ୍ଡାରେ କାଏମ ରହିଛି। ଉପତ୍ୟାକାରେ ପିଡିପି ଏକ ମାତ୍ର ଦଳ ଯାହାର ସ୍ୱାତନ୍ତ୍ର୍ୟ ରହିଛି।

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories