ଭୁବନେଶ୍ୱର : ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ପାଉଥିବା ଦେଖାଯାଉଛି। ଆଉ ୨୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୨୪ ଜଣଙ୍କ ମଧ୍ୟରୁ ୫ ଜଣଙ୍କ ବିଦେଶ ଲିଙ୍କ୍ ରହିଛି। ବାକି ୧୯ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମିତ ହୋଇଥିବା ଜଣାପଡିଛି। ମୋଟ ୨୨୮ ନମୁନା ଜିନମ ସିକୁଏନସିଂ ପାଇଁ ଯାଇଥିବା ବେଳେ ୨୪ ଜଣଙ୍କ ନମୁନା ପଜିଟିଭ ହୋଇଛି। ପୂର୍ବରୁ ୩୭ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଆଇଏଲଏସ ପକ୍ଷରୁ ସୂଚନା ମିଳିଛି।
Popular Categories



