www.samajalive.in
Sunday, December 14, 2025
19.1 C
Bhubaneswar

ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୧କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶର ଓମ୍ରିକନ ପ୍ରକରଣରେ ଆକ୍ରାନ୍ତ କୋଭିଡ ରୋଗୀଙ୍କ ସଂଖ୍ୟା ୧୪୩୧କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୪୮୮ ଜଣ ସୁସ୍ଥ ହେଲେଣି। ମହାରାଷ୍ଟ୍ରରେ ସର୍ବାଧିକ ୪୫୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଦିଲ୍ଲୀରେ ୩୫୧, ତାମିଲନାଡୁ ୧୧୮, ଗୁଜରାଟ ୧୧୫ ଓ କେରଳରେ ୧୦୯ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି ରାଜସ୍ଥାନ ୬୯, ତେଲେଙ୍ଗାନା ୬୨, ହରିଆଣା ୩୭, କର୍ଣ୍ଣାଟକ ୩୪, ଆନ୍ଧ୍ରପ୍ରଦେଶ ୧୭ ଓ ପଶ୍ଚିମବଙ୍ଗରେ ୧୭ ଜଣ ଚିହ୍ନଟ ହୋଇଛନ୍ତି। ଓଡ଼ିଶାରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଥିବାବେଳେ ମଧ୍ୟପ୍ରଦେଶ ୯, ଉତ୍ତର ପ୍ରଦେଶ ୮, ଉତ୍ତରାଖଣ୍ଡ ୪, ଚଣ୍ଡିଗଡ ଓ ଜମ୍ମୁ କାଶ୍ମୀରରେ ୩ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଏଥିସହିତ ଆଣ୍ଡାମାନ ନିକୋବରରେ ୨, ଗୋଆ, ହିମାଚଳପ୍ରଦେଶ, ଲଦାଖ, ମଣିପୁର, ପଞ୍ଜାବରେ ଜଣେ ଲେଖାଏଁ ଏହି ପ୍ରକରଣରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଇତିମଧ୍ୟରେ ମହାରାଷ୍ଟ୍ରରେ ସର୍ବାଧିକ ୧୬୭ ଜଣ ଓମିକ୍ରନରୁ ସୁସ୍ଥ ହୋଇସାରିଛନ୍ତି। ସେହିଭଳି ଦିଲ୍ଲୀରେ ୫୭, ତାମିଲନାଡୁ ୪୦, ଗୁଜରାଟ ୬୯, ରାଜସ୍ଥାନ ୬୧, ତେଲେଙ୍ଗାନା ୧୮, ହରିଆଣା ୨୫, କର୍ଣ୍ଣାଟକ ୧୮ ଏବଂ ମଧ୍ୟପ୍ରଦେଶରେ ୯ ଜଣ ସୁସ୍ଥ ହୋଇଛନ୍ତି। ଓଡ଼ିଶାରେ ଏପର୍ଯ୍ୟନ୍ତ ଜଣେ ଓମିକ୍ରନ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂତ୍ରରୁ ଜଣାଯାଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories