www.samajalive.in
Sunday, December 7, 2025
26.1 C
Bhubaneswar

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ

ଭୁବନେଶ୍ୱର : ଆଜି ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି। ବାତ୍ୟା ୟାସ ପ୍ରଭାବରେ ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଥିବା ଜିଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡାରେ ହେଲିକପ୍ଟର ଯୋଗେ ସ୍ଥିତି ପରଖିଛନ୍ତି। ଗତକାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ୨୪ ଘଣ୍ଟାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ଯୋଗାଯୋଗ ସ୍ୱଭାବିକ କରିବାକୁ ନିର୍ଦ୍ଦେଶ ଦେଇଥିଲେ।  ବାତ୍ୟା ପୂର୍ବରୁ ସରକାରଙ୍କ ତରଫରୁ ବାତ୍ୟା ପାଇଁ ବିଭିନ୍ନ ପ୍ରସ୍ତୁତି କରାଯାଇଥିଲା। ପ୍ରଭାବିତ ଅଞ୍ଚଳ ଗୁଡିକରେ ଅଗ୍ନିଶମ କର୍ମଚାରୀ, ଏନଡିଆରଏଫ ଟିମ ପହଞ୍ଚି ନିଜ କାର୍ଯ୍ୟ ତୁରନ୍ତ ଆରମ୍ଭ କରି ଦେଇଥିଲେ। ଏହାସହ ବାତ୍ୟା ପ୍ରଭାବିତ ଜିଲା ଗୁଡିକରେ ପୁନରୁଦ୍ଧାର,କ୍ଷୟକ୍ଷତି ଆକଳନ ପାଇଁ ତ୍ୱରିତ ପଦକ୍ଷେପ ସରକାର ଗ୍ରହଣ କରିଛନ୍ତି।
ସୂଚନା ଯୋଗ୍ୟ, ବାତ୍ୟା ୟାସ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ହେବା ସହ ବାଲେଶ୍ୱର ଅଞ୍ଚଳରେ ବିଭିନ୍ନ କ୍ଷତି ଘଟାଇଥିବା ବେଳେ ଏହାର ପ୍ରଭାବ ଭଦ୍ରକ, କେନ୍ଦ୍ରାପଡା,ମୟୁରଭଞ୍ଜ,ଯାଜପୁରରେ କ୍ଷତି ଘଟାଇଥିଲା। ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଥିବା ବେଳେ ଜିଲା ପ୍ରଶାସନ ପକ୍ଷରୁ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଥିଲା। ୨ ଜଣଙ୍କର ମୃତ୍ୟୁ ହୋଇଥିଲା ବୋଲି ମଧ୍ୟ ସୂଚନା ମିଳିଛି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories