www.samajalive.in
Saturday, December 6, 2025
16.1 C
Bhubaneswar

ଆଉ ୪ ମାସ ମାଗଣା ଚାଉଳ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ମାଗଣାରେ ଆଉ ୪ ମାସ ମିଳିବ ଚାଉଳ । ଡିସେମ୍ବର ମାସରୁ ମାର୍ଚ୍ଚ ୨୦୨୨ ଯାଏ ପ୍ରତିମାସ ମୁଣ୍ଡ ପିଛା ଅତିରିକ୍ତ ୫ କେଜି ମାଗଣା ଚାଉଳ ହିତାଧିକାରୀଙ୍କୁ ଦିଆଯିବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ମାସିକ ୪,୫୮୭ ଟନ ଚାଉଳ ଯୋଗାଇ ଦିଆଯିବ । ୪ ମାସରେ ରାଜ୍ୟ କୋଟାରୁ ମୋଟ ୧୮,୩୧୦,୬୪୦ ଟନ ଚାଉଳ ଯୋଗାଣ ପାଇଁ ରାଜ୍ୟ ରାଜ୍ୟ ସରକାର ୬୮.୧୩ କୋଟିରୁ ଅଧିକ ଟଙ୍କା ବ୍ୟୟ କରିବେ ।

ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ପ୍ରତ୍ୟେକ ହିତାଧିକାରୀ  କୋଭିଡ -୧୯ ମହାମାରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଡିସେମ୍ବର ୨୦୨୧ ରୁ ମାର୍ଚ୍ଚ ୨୦୨୨ ପର୍ୟ୍ୟନ୍ତ ଅତିରିକ୍ତ ୫ କିଲୋଗ୍ରାମ ଚାଉଳ ପାଇବେ।
ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ୯, ୧୫, ୫୩୨ ସଦସ୍ୟଙ୍କୁ ନେଇ ୨, ୮୮, ୫୨୮ ପରିବାର ଉପକୃତ ହେବେ।
ଏହା ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ , ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ନାମ ଲେଖାଇଥିବା ହିତାଧିକାରୀଙ୍କୁ ଏହି ସୁବିଧା ମିଳିବ ।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories