ମୁମ୍ବଇ : ମୁମ୍ବଇ-ଆଗ୍ରା ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୭ ରୁ ୮ ଟି ଗାଡି ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଆଜି ଖବର ମିଳିଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଧୁଲେର ପଲାସନେର ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଏଭଳି ବଡ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଏକ ମାରୁତି ବୋଲେରୋ କାର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି ବୋଲି ସୂଚନା ମିଳିଛି। ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
Popular Categories



