ଭୁବନେଶ୍ୱର : ଆଜି କଟକରେ ଚିକିତ୍ସାଧୀନ ଅବସ୍ଥାରେ କରୋନାରେ ସ୍ୱନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଟ୍ୱିଟ ଯୋଗେ କହିଛନ୍ତି , ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ହେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ପାଇଁ ସେ ସ୍ମରଣୀୟ ରହିବେ।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରି କହିଛନ୍ତି। ଓଡିଆ ସିନେ ଜଗତର ପ୍ରତିଷ୍ଠିତ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ବିୟୋଗ ଖବର ଶୁଣି ମୁଁ ଖୁବ ଦୁଃଖିତ ଓ ମର୍ମାହତ।
ସ୍ୱନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଗଭୀର ଶୋକ
Popular Categories



