www.samajalive.in
Sunday, December 7, 2025
15.1 C
Bhubaneswar

ରତ୍ନବେଦୀରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ପୁରୀ : ଆଜି ଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର । ରତ୍ନବେଦୀରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । କରୋନାର ୨ୟ ତରଙ୍ଗ ବୃଦ୍ଧି ପରେ ଦୀର୍ଘ ୪ ମାସ ହେବ ସର୍ବସାଧାରଣ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିଥିଲେ। ମାତ୍ର ଆଜି ଠାରୁ କୋଭିଡ ଗାଇଡ ଲାଇନ ଅନୁଯାୟୀ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ।  ମନ୍ଦିରରେ ଦର୍ଶନ ପାଇଁ ଆରଟିପିସିଆର ନେଗେଟିଭ ରିପୋର୍ଟ କିମ୍ବା କରୋନାର ୨ଟି ପାନ ଟିକାରରଣ ରିପୋର୍ଟ ସହ ଆଧାର କାର୍ଡ ପ୍ରମାଣପତ୍ର ଦେଖାଇବା ବାଧ୍ୟତାମୂଳକ। ଶୃଙ୍ଖଳିତ ଦର୍ଶନ ପାଇଁ ୧୦ ପ୍ଲାଟୁନରୁ ଅଧିକ ପୁଲିସ ଫୋର୍ସ ମୁତୟନ ହେବା ସହ ସ୍ୱତନ୍ତ୍ର ବ୍ୟାରିକେଡ ଓ ୮ଟି କିଓସ୍କୋ ସ୍ଥାପନ କରାଯାଇଛି। ସକାଳ ୭ ରୁ ସନ୍ଧ୍ୟା ୭ ଯାଏଁ ଦର୍ଶନ ବ୍ୟବସ୍ଥା ହୋଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories