www.samajalive.in
Monday, December 15, 2025
26.1 C
Bhubaneswar

ଜୁଲାଇ ପର୍ଯ୍ୟନ୍ତ ’ ୱାନ ନେସନ ୱାନ ରେସନ କାର୍ଡ’ ଯୋଜନା କାର୍ଯ୍ୟକାରୀ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ : ୱାନ ନେସନ ୱାନ ରେସନ କାର୍ଡ ଯୋଜନା କାର୍ଯ୍ୟକାରୀ କରିବାର ଶେଷ ତାରିଖ ୩୧ ଜୁଲାଇ ୨୦୨୧  ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନା ମଧ୍ୟରେ ପ୍ରବାସୀ ଶ୍ରମିକମାନେ ଦେଶର ଯେକୌଣସି ସ୍ଥାନରେ ରହିଲେ ବି ରାସନ ଗ୍ରହଣ କରିବାର ସୁବିଧା ପାଇବେ। ପ୍ରବାସୀ ଶ୍ରମିକଙ୍କ ସୁବିଧା ଏବଂ କଲ୍ୟାଣ ପାଇଁ ସୁପ୍ରିମକୋର୍ଟ ଅନ୍ୟାନ୍ୟ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।
ସୂଚନା ଯୋଗ୍ୟ, ସୁପ୍ରିମକୋର୍ଟ କରୋନା ମହାମାରୀ କାରଣରୁ ପ୍ରବାସୀ ଶ୍ରମିକଙ୍କ କଲ୍ୟାଣ ସମ୍ପର୍କରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଅନେକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ପ୍ରବାସୀଙ୍କ ପାଇଁ ଶୁଖିଲା ରାସନ ଯୋଗାଇବା ଏବଂ ମହାମାରୀ ଥିବା ପର୍ଯ୍ୟନ୍ତ ସେମାନଙ୍କୁ ରୋଷେଇ କରି ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାରଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ନ୍ୟାସନାଲ ଡାଟା ଗ୍ରୀଡ ପୋର୍ଟାଲରେ ଅସଂଗଠିତ କ୍ଷେତ୍ରରେ କାମ କରୁଥିବା ଶ୍ରମିକଙ୍କ ପଞ୍ଜିକରଣ ପାଇଁ ଜୁଲାଇ ୩୧ ସୁଦ୍ଧା କରିବାକୁ ଅଦାଲତ କହିଛନ୍ତି। କରୋନା ୨ୟ ତରଙ୍ଗ ସମୟରେ ଲାଗୁ ହୋଇଥିବା ପ୍ରତିବନ୍ଧକ ଦ୍ୱାରା ପ୍ରବାସୀ ଶ୍ରମିକଙ୍କ ପାଇଁ ଖାଦ୍ୟ ନିରାପତ୍ତା ଏବଂ ଅନ୍ୟାନ୍ୟ କଲ୍ୟାଣମୂଳକ ପଦକ୍ଷେପ କରିବାକୁ ରାଜ୍ୟ ଓ କେନ୍ଦ୍ରକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories