ବୁଧବାରରେ ଶ୍ରୀମନ୍ଦିରରେ ୪ ଘଣ୍ଟା ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ
ପୁରୀ – ବୁଧବାରରେ ଶ୍ରୀମନ୍ଦିରରେ ୪ ଘଣ୍ଟା ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ,ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।
ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ପ୍ରାୟ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ବନକ ଲାଗି ନୀତିରେ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ । ଦତ୍ତମହାପାତ୍ର ଶ୍ରୀଜୀଉମାନଙ୍କର ଶ୍ରୀମୁଖ ଶୃଙ୍ଗାର କରିଥାଆନ୍ତି । ହିଙ୍ଗୁଳ, ହରିତାଳ, କସ୍ତୁରୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ନୀତି ପ୍ରାୟ ୪ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ ।
ଏହିନୀତି ପରେ ମହାସ୍ନାନ ନୀତି ଅନୁଷ୍ଛିତ ହୋଇ ସାଧାରଣ ଦର୍ଶନ ପୁଣି ଆରମ୍ଭ ହୋଇଥାଏ ।
Comments are closed.