www.samajalive.in
Sunday, December 7, 2025
23.1 C
Bhubaneswar

ବିଶ୍ବ ସାଇକେଲ୍ ଦିବସ ଅବସରରେ ସାଇକେଲ ଚଢି କାର୍ଯ୍ୟାଳୟ ଆସିଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ

ନୂଆଦିଲ୍ଲୀ: ବିଶ୍ୱ ସାଇକେଲ୍ ଦିବସ ଅବସରରେ ସୋମବାର କେନ୍ଦ୍ରମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ସାଇକେଲ୍ ଚଳାଇ କାର୍ଯ୍ୟାଳୟକୁ ଆସିଛନ୍ତି। କାର୍ଯ୍ୟାଳୟରେ ପହଞ୍ଚି ସେ ଆଜି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ସାଇକେଲ ଚଲାଇବାର ଉପକାରିତା ବିଷୟରେ ମଧ୍ୟ ସେ ବିଭାଗୀୟ କର୍ମୀ ଓ ଜନସାଧାରଣଙ୍କୁ ଅବଗତ କରାଇଛନ୍ତି। ତାଙ୍କର ଏହି ସାଇକେଲ ଚଢି କାର୍ଯ୍ୟାଳୟ ଆସିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହା ଦ୍ବାରା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ଲୋକଙ୍କୁ ଏକ ବଡ଼ ସନ୍ଦେଶ ଦେଇଥିବା କୁହାଯାଉଛି।

ଉଲ୍ଲେଖଯୋଗ୍ୟ, ହର୍ଷବର୍ଦ୍ଧନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରର ଦ୍ୱିତୀୟ ପାଳିରେ କ୍ୟାବିନେଟ୍ ମନ୍ତ୍ରୀ ହେବାର ସୁଯୋଗ ପାଇଛନ୍ତି। ୨୦୧୪ରେ ମଧ୍ୟ ସେ ପ୍ରଥମେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପାଇଥିଲେ। ମାତ୍ର ୬ ମାସ ପରେ ତାଙ୍କଠାରୁ ଏହି ମନ୍ତ୍ରଣାଳୟ ଦାୟିତ୍ୱରୁ ଅବ୍ୟାହତି ଦିଆଯାଇ ଅଲଗା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories