www.samajalive.in
Sunday, December 7, 2025
23.1 C
Bhubaneswar

୩ଟି ପର୍ଯ୍ୟଟକ ବସ ଦୁର୍ଘଟଣାଗ୍ରସ୍ତ ; ୫ ମୃତ

ଅମ୍ବାଲା : ହରିୟାଣାର ଅମ୍ବାଲା-ଦିଲ୍ଲୀ ରାଜପଥରେ ସୋମବାର ସକାଳେ ଏକ ବଡ ଧରଣର ଦୁର୍ଘଟଣା ଘଟିଛି। ରାଜପଥ ନିକଟରେ ଥିବା ଏକ ହସ୍ପିଟାଲ ନିକଟରେ ଭୋର ୩ଟା ସମୟରେ କଟ୍ରାରୁ ଦିଲ୍ଲୀ ଆଡକୁ ଯାଉଥିବା ୩ଟି ପର୍ଯ୍ୟଟକ ବସ ମଧ୍ୟରେ ଧକ୍କା ହୋଇ ୫ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଉଭୟ ମହିଳା ଓ ପୁରୁଷ ରହିଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି। ମୃତଦେହ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ ପଠା ଯାଇଛି।
ଏହି ଦୁର୍ଘଟଣାରେ ୮ ଜଣ ଆହତ ମଧ୍ୟ ହୋଇଛନ୍ତି। ଘଟଣା ବିଷୟରେ ଖବର ପାଇ ତୁରନ୍ତ ଉଦ୍ଧାରକାରୀ ଦଳ ଉଦ୍ଧାର କାର୍ଯ୍ୟ  କରିଥିଲେ। ଏହାସହ ବହୁ ଚେଷ୍ଟା କରି ବସ ମଧ୍ୟରେ ଫସି ଥିବା ସମସ୍ତ ଯାତ୍ରୀଙ୍କୁ ମଧ୍ୟ ଉଦ୍ଧାର କରିଥିଲେ। ତୁରନ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାସ୍ତାକଡକୁ ଏହି ଦୁର୍ଘଟଣା ଘଟିଥିବାରୁ ଗମନାଗମନ ପ୍ରଭାବିତ ହୋଇନଥିବା ନେଇ ସୂଚନା ମିଳିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories