www.samajalive.in
Sunday, December 7, 2025
26.1 C
Bhubaneswar

କିସ୍ତଓ୍ବାରରେ ଗୁଳିବିନିମୟ: ସେନା ଅଧିକାରୀ ସହିଦ, ୩ ଯବାନ ଆହତ

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କାଶ୍ମୀରର କିସ୍ତଓ୍ବାର ଜିଲାରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏଥିରେ ଜଣେ ସେନା ଅଧିକାରୀ ସହିଦ ହୋଇଥିବାବେଳେ ୩ ଜଣ ଯବାନ ଆହତ ହୋଇଛନ୍ତି। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।

କିସ୍ତଓ୍ବାରର ଏକ ଜଙ୍ଗଲ ଅଞ୍ଚଳରେ ଗତ ଶନିବାର ଆତଙ୍କବାଦୀମାନେ ୨ ଜଣ ଗ୍ରାମ୍ୟ ପ୍ରତିରକ୍ଷା କର୍ମୀଙ୍କୁ ହତ୍ୟା କରିଥିଲେ। ଏହି ଘଟଣା ପରେ ସେନାର ଏକ ଟିମ୍ ଉକ୍ତ ଜଙ୍ଗଲରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ରବିବାର ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀଙ୍କ ସହିତ ଯବାନମା​‌ନେ ମୁହାଁମୁହିଁ ହୋଇଥିଲେ। ଏହି ସମୟରେ ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଘଟିଥିଲା। ଏଥିରେ ଜଣେ ସେନା ଅଧିକାରୀ ରାକେଶ କୁମାର ସହିଦ ହୋଇଥିଲେ। ଆହତ ହୋଇଥିବା ଅନ୍ୟ ୩ ଜଣ ଯବାନଙ୍କର ଚିକିତ୍ସା ଚାଲିଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories