www.samajalive.in
Monday, December 8, 2025
14.1 C
Bhubaneswar

ପୁଣି କରୋନା ପଜିଟିଭ୍ : ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୬କୁ ବୃଦ୍ଧି ପାଇଛି । ଆକ୍ରାନ୍ତ ଜଣଙ୍କ ଭଦ୍ରକ ଜିଲ୍ଲାର ବୋଲି ଜଣାପଡିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଆଜି ସକାଳୁ ରାଜ୍ୟରୁ ୨୬ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏବେ ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇବା ପରେ ସେମାନଙ୍କ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରେ ୧୯ ଜଣ ଗଞ୍ଜାମ ଜିଲାର ହୋଇଥିବା ବେଳେ ୫ ଜଣ କେନ୍ଦ୍ରାପଡ଼ାର ଏବଂ  ୩  ଭଦ୍ରକ ଜିଲ୍ଲାର ।

- Advertisement -

ଏଥିସହ ରାଜ୍ୟରେ ଏବେ ମୋଟ ୨୦୬ ଜଣ କରୋନାରେ ସଂକ୍ରମିତହୋଇଥିବା ଜଣାପଡ଼ିଛି। ଏଥିମଧ୍ୟରୁ ୧୮୧ ଜଣ ବିଭିନ୍ନ କୋଭିଡ୍‍-୧୯ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟପକ୍ଷରେ ୨ ଜଣଙ୍କର ମୃତ୍ୟୁ ଘଟିଛି ।

ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିକୁ ଅନୁଧ୍ୟାନ କଲେ ଜଣାଯାଏ  ଯାଜପୁର ଜିଲ୍ଲାରେ ସର୍ବାଧିକ ୫୫ ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଥିବାବେଳେ ମାତ୍ର ଜଣେ ସୁସ୍ଥ ହୋଇଛନ୍ତି ଏବଂ ୫୪ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ସେହିପରି ଖୋର୍ଦ୍ଧା ଜିଲ୍ଲାରେ ୫୦ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଥିବାବେଳେ ୩୨ ଜଣ ଆରୋଗ୍ୟ ଲାଭ କରିଛନ୍ତି । ୧୬ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟର ନୂଆ କରୋନା ହଟସ୍ପଟ୍ ପାଲଟିଥିବା ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଛି।

ଅନ୍ୟପକ୍ଷରେ ବାଲେଶ୍ୱର ଜିଲ୍ଲାରେ ୨୭ ଜଣ, ଭଦ୍ରକରେ ୨୪ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ ଜିଲ୍ଲାରେ ୧୨ ଜଣ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଗତ୍‍ସିଂହପୁରରେ ୫ଜଣ ଓ ମୟୂରଭଞ୍ଜରେ ୪ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି ।
ଅନ୍ୟପକ୍ଷରେ କଟକ, କେନ୍ଦୁଝର, କଳାହାଣ୍ଡି, ଝାରସୁଗୁଡ଼ା ଓ ବଲାଙ୍ଗିର ଜିଲ୍ଲାରେ୨ଜଣ ଲେଖାଏଁ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି ।
ତେବେ କୋରାପୁଟ, ପୁରୀ, ଢେଙ୍କାନାଳ ଓ ଦେବଗଡ଼ ଜିଲ୍ଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ଏବେ ରାଜ୍ୟର ୧୮ଟି ଜିଲ୍ଲାରେ କରୋନାର ପ୍ରଭାବ ଦେଖିବାକୁ ମିଳିଛି ।
ଅନ୍ୟପକ୍ଷରେ ରାଜ୍ୟରେ ନମୁନା ପରୀକ୍ଷା ୫୦ ହଜାର ଅତିକ୍ରମ କରିଛି। ବୁଧବାର ସୁଦ୍ଧା ରାଜ୍ୟରେ ୫୨ ହଜାର ୯୭୪ ନମୁନା ପରୀକ୍ଷା
କରାଯାଇଛି, ଯେଉଁଥିରେ ୨୪୬ ପଜିଟିଭ୍‍ ଚିହ୍ନଟ ହୋଇଛି। ।

 

 

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories