www.samajalive.in
Monday, December 15, 2025
26.1 C
Bhubaneswar

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଜଣେ ମୃତ, ୨ ଗୁରୁତର

ପାଟଣା: ୨୦ ନଂ. ଜାତୀୟ ରାଜପଥ ଅନ୍ତର୍ଗତ ଢେଙ୍କିକୋଟ ଉଚ୍ଚ ବିଦ୍ୟାଳୟ ପାର୍ଶ୍ଵ ସର୍ଭିସ ରୋଡ୍‌‌ର ହନୁମାନ ମନ୍ଦିର ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କ ମୃତ୍ୟ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।

ବୁଧବାର ସକାଳ ସାଢେ ୯ଟା ସମୟରେ ଏହି ଦୁର୍ଘଟଣା ଘଟିଛି। ନିକଟସ୍ଥ ମହୁଲ ଗଡ଼ିଆ ଗ୍ରାମର ମୋହନ ଚାନ୍ଦ ନାଏକ (୪୩) ଢେଙ୍କିକୋଟ ବଜାରରୁ ବାଇକ ଯୋଗେ ଘରକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ସେହି ଗ୍ରାମର ସୁନୀଲ କୁମାର ବେହେରା (୩୭)ଙ୍କ ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲେ। ଉଭୟଙ୍କୁ ଘଟଗାଁ ଡାକ୍ତରଖାନା ନିଆଯାଇଥିଲା । ସେଠାରେ ଡାକ୍ତର ମୋହନ ଚାନ୍ଦଙ୍କୁ ମୃତ ଘୋଷଣା କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଗୁରୁତର ସୁନୀଲଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଘଟଗାଁ ଥାନାରେ ଏକ ମାମଲା ୨୮/୨୦୨୪ ରୁଜୁ ହୋଇଥିବା ଢେଙ୍କିକୋଟ ଫାଣ୍ଡି ଅଧିକାରୀ ତ୍ରିନାଥ ନାଏକ ସୂଚନା ଦେଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories