www.samajalive.in
Monday, December 15, 2025
26.1 C
Bhubaneswar

ଟ୍ରକକୁ ଧକ୍କା ଦେଲା ବାଇକ, ଜଣେ ମୃତ

ଧାମରା: ଧାମରା ନିକଟସ୍ଥ କଇଥଖୋଲାଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି । ପ୍ରାପ୍ତ ଖବର ଅନୁଯାୟୀ, ସୋମବାର ଦୋସିଙ୍ଗା ଅଂଚଳର ୨ଯୁବକ ଦୋସିଙ୍ଗାକୁ ଫେରୁଥିବା ସମୟରେ ରାସ୍ତା ପାର୍ଶ୍ବରେ ଠିଆ ହୋଇଥିବା ଏକ ଟ୍ରକ ସହ ଧକ୍କା ହୋଇଥିଲା। ଘଟଣା ସ୍ଥଳରେ ଦୋସିଙ୍ଗା ସମିପାଟିଆ ଗ୍ରାମର ରାଜୁ ଖାଟୁଆଙ୍କର ମୃତ୍ୟୁ ହୋଇଥିବା ବେଳେ ବାଇକ ଫଛରେ ବସିଥିବା ମୁନ୍ନା ଜେନା ଗୁରୁତର ଆହତ ହୋଇଥିଲେ । ଆମ୍ବୁଲାନ୍ସ ଯୋଗେ ସେମାନଙ୍କୁ ବାସୁଦେବପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଯାଇଥିବା ବେଳେ ସେଠାରେ ଡାକ୍ତର ରାଜୁ ଖାଟୁଆଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଆହତ ମୁନ୍ନାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories