www.samajalive.in
Sunday, December 14, 2025
19.1 C
Bhubaneswar

କଲର୍ଭଟକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଜି.ଉଦୟଗିରି: ସ୍ଥାନୀୟ ଥାନା ଅନ୍ତର୍ଗତ ବିଲାବାଡା ନିକଟରେ ରାସ୍ତା ପାର୍ଶ୍ବସ୍ଥ କଲର୍ଭଟ ସହ ଏକ ସ୍କୁଟି ଧକ୍କା ହେବା ଫଳରେ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ତେଲିଙ୍ଗିଆ ଗ୍ରାମର ସୁଲତାନ ପ୍ରଧାନ (୨୪)। ସେ ଏକ ସ୍କୁଟି ଯୋଗେ ରାତିରେ ନିଜ ଗ୍ରାମକୁ ଫେରୁଥିବା ବେଳେ ବିଲାବାଡା ବିଦ୍ୟାଳୟ ନିକଟ କଲର୍ଭଟରେ ଭାରସାମ୍ୟ ହରାଇ ସ୍କୁଟିଟି ପିଟି ହୋଇଯାଇଥିଲା। ଫଳରେ ସୁଲତାନ ରାସ୍ତାରେ ଛିଟକି ପଡିଥିଲେ। ଖବରପାଇ ଜି.ଉଦୟଗିରି ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ଜି.ଉଦୟଗିରି ମେଡିକାଲରେ ଭର୍ତ୍ତି କରିଥ​‌ଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଏହି ଘଟଣାରେ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ ଚଳାଇଛି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories