www.samajalive.in
Sunday, December 7, 2025
14.1 C
Bhubaneswar

କାଠ ସଂଗ୍ରହ ପାଇଁ ଯାଇଥିଲେ; ହାତୀ ଆକ୍ରମଣରେ ଚାଲିଗଲା ଜୀବନ

ହରଭଙ୍ଗା: ଦଳି ଦେଲା ଦନ୍ତା ହାତୀ, ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ବନଖଣ୍ଡ ଅଧୀନ ମାଧପୁର ରେଞ୍ଜ ଅନ୍ତର୍ଗତ ପୋଢ଼ହଳ ସଂରକ୍ଷିତ ଜଙ୍ଗଲରେ । ମୃତକ ହେଲେ ବାରିଙ୍ଗ ଗୁରାପଡ଼ା ସାହିର କାଶୀନାଥ ପ୍ରଧାନ (୫୫)।

ସୂଚନା ମୁତାବକ, କାଶୀନାଥ କାଠ ବାଉଁଶ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇ ଆଉ ଫେରି ନ ଥିଲେ। ପରିବାର ଲୋକ ବହୁତ୍ ଖୋଜାଖୋଜି କରିବା ପରେ ପୋଢ଼ହଳ ସଂରକ୍ଷିତ ଜଙ୍ଗଲର ବାରିଙ୍ଗ-ଲେଙ୍ଗାରପାଯୁ ଜଙ୍ଗଲିଆ ରାସ୍ତା ନିକଟରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ । ପାଖରେ ଗୋଟିଏ ହାତୀ ପଲ ଥିବାରୁ ସ୍ଥାନୀୟ ରେଞ୍ଜ ଅଧିକାରୀଙ୍କୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ବନ କର୍ମଚାରୀ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିବା ଜଣାପଡ଼ିଛି । ମୃତଦେହ ବ୍ୟବଚ୍ଛେଦ ପାଇଁ ମଙ୍ଗଳବାର ବୌଦ୍ଧ ପଠାଯାଇଛି। ଏ ସମ୍ପର୍କରେ ମାଧପୁର ରେଞ୍ଜ ଅଫିସର ଆଶିକ କୁମାର ଦିଗାଲଙ୍କୁ ପଚାରିବାରୁ ସେ କହିଲେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତକ ପରିବାରକୁ ଆବଶ୍ୟକ ସରକାରୀ ସହାୟତା ଯୋଗାଇଦିଆଯିବ।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories