www.samajalive.in
Sunday, December 14, 2025
17.1 C
Bhubaneswar

ସାପ କାମୁଡାରେ ନାବାଳିକା ମୃତ

ତେଲକୋଇ : ସାପ କାମୁଡାରେ ୧୨ ବର୍ଷର ନାବାଳିକା ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତକ ହେଲେ ଡିମିରିମୁଣ୍ଡା ଗାଁର ହୃଦାନନ୍ଦ ପ୍ରଧାନଙ୍କ ଝିଅ ଶ୍ରୀୟା ପ୍ରଧାନ (୧୨) । ଗତକାଲି ବିଳମ୍ବିତ ରାତି ୪ଟା ରେ ଘର ଚଟାଣ ଉପରେ ଶୋଇଥିବା ବେଳେ ଶ୍ରୀୟାକୁ ବିଷାକ୍ତ ସାପ କାମୁଡି ଦେଇଥିଲା। ପରିବାର ଲୋକେ ଆମ୍ବୁଲାନ୍ସକୁ ଫୋନ କରିଥିଲେ । ପରିବାର ଲୋକଙ୍କ କହିବା ଅନୁଯାୟୀ ଆମ୍ବୁଲାନ୍ସକୁ ଅପେକ୍ଷା କରି ନ ଆସିବାରୁ ଅଟୋ ଯୋଗେ ସକାଳ ସାତଟା ବେଳେ ଶ୍ରୀୟା କୁ ତେଲକୋଇ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପରିବାର ଲୋକ ଆଣି ଥିଲେ । ସେତେବେଳକୁ ବିଳମ୍ବ ହୋଇ ଯାଇଥିଲା। ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories