www.samajalive.in
Monday, December 15, 2025
14.1 C
Bhubaneswar

ମାଓବାଦୀଙ୍କ ସହ ଗୁଳିବିନିମୟ, ଜଣେ ଯବାନ ଆହତ

ନୂଆପଡ଼ା: ନୂଆପଡ଼ା ଜିଲାର ସୁନାବେଡ଼ା ଅଭୟାରଣ୍ୟରେ ମାଓବାଦୀ ଏବଂ ଏସଓଜି ଯବାନଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏଥିରେ ଜଣେ ଯବାନ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଚିକିତ୍ସା ପାଇଁ ତାଙ୍କୁ ଛତିଶଗଡ଼଼ର ରାୟପୁରକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଦିନ ସାଢ଼େ ୧୦ଟା ସୁଦ୍ଧା ଜଙ୍ଗଲରେ ଗୁଳିବିନିମୟ ଜାରି ରହିଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ସୁନାବେଡ଼ା ଅଭୟାରଣ୍ୟରରେ ମାଓବାଦୀମାନେ କ୍ୟାମ୍ପ କରି ଲୁଚି ରହିଥିବା ନେଇ ଗୁଇନ୍ଦା ଖବର ମିଳିଥିଲା। ଏହାକୁ ଆଧାର କରି ଏସଓଜି ଯବାନଙ୍କ ଗ୍ରୁପ ପକ୍ଷରୁ ଜଙ୍ଗଲରେ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ଅଭୟାରଣ୍ୟର ଶିବନାରାୟଣପୁର ଅଞ୍ଚଳରେ ସର୍ଚ୍ଚ ଅପରେଶନ ଚାଲିଥିବା ବେଳେ ସେଠାରେ ଲୁଚି ରହିଥିବା ମାଓବାଦୀଙ୍କ ସହିତ ଯବାନଙ୍କର ମୁହାଁମୁହିଁ ହୋଇଥିଲା। ଫଳରେ ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଘଟିଥିଲା। ମାଓବାଦୀଙ୍କ ଗୁଳିରେ ଜଣେ ଯବାନ ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ରାୟପୁର ପଠାଯାଇଥିଲା। ଅନ୍ୟ ଯବାନମାନେ ସର୍ଚ୍ଚ ଅପରେଶନ ଚଳାଇଥିବାବେଳେ ଜଙ୍ଗଲରେ ଗୁଳିବିନିମୟ ଜାରି ରହିଥିବା ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories