www.samajalive.in
Saturday, December 6, 2025
26.1 C
Bhubaneswar

ସୁରକ୍ଷା କର୍ମୀଙ୍କ ଗୁଳିରେ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ କାଶ୍ମୀର ବାରମୁଲା ଜିଲାର ସୋପୋରେ ଅଞ୍ଚଳରେ ଶନିବାର ସକାଳେ ସୁରକ୍ଷା କର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ସେଠାରେ ଆତଙ୍କବାଦୀ ଏବଂ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି।

ସୋପୋରେ ୱାରପୋରାର ମଲମାପନପୋରା ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ସୁରକ୍ଷା ବାହିନୀକୁ ଗୁଇନ୍ଦା ସୂଚନା ମିଳିଥିଲା। ଶନିବାର ଭୋର ସମୟରେ ସୁରକ୍ଷା ବାହିନୀ ସେଠାରେ ପହଞ୍ଚି ତଲାସୀ ଅଭିଯାନ ଆରମ୍ଭ କରିଥିଲେ। ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରୁଥିବା ସୁରକ୍ଷା କର୍ମୀଙ୍କ ଉପରକୁ ଆତଙ୍କବାଦୀମାନେ ଗୁଳି ମାଡ଼ କରିଥିଲେ। ସୁରକ୍ଷା କର୍ମୀଙ୍କ ଜବାବୀ କାର୍ଯ୍ୟାନୁଷ୍ଠାନରେ ଜଣେ ଆତଙ୍କବାଦୀର ମୃତ୍ୟୁ ଘଟିଛି। ଏହି ଅଭିଯାନରେ ୨୨ ରାଷ୍ଟ୍ରୀୟ ରାଇଫଲ୍ସ, ସିଆରପିଏଫ ଏବଂ ଏସଓଜି ସାମିଲ ହୋଇଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories