ଭୁବନେଶ୍ଵର : ରାଜ୍ୟରେ ଆଉ ଜଣେ କରୋନାରେ ଆକ୍ରାନ୍ତ ଥିବା ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ ପକ୍ଷରୁ ସୂଚନା ମିଳିଛି । ତେବେ ଏହି କରୋନା ଆକ୍ରାନ୍ତ ବ୍ୟକ୍ତି ଜଣଙ୍କ କେଉଁ ଅଞ୍ଚଳର, ତାହା ଜଣାପଡ଼ି ନାହିଁ। ଏହା ସହିତ ସେ କେମିତି ଏହାଦ୍ୱାରା ସଂକ୍ରମିତ ହେଲେ, ତାହା ବି ଜଣାପଡ଼ିନାହିଁ।
ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନାରେ ଆକ୍ରାନ୍ତ ଥିବା ୫୬ଜଣଙ୍କ ମଧ୍ୟରୁ ୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ୩୭ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।



