www.samajalive.in
Saturday, December 6, 2025
16.1 C
Bhubaneswar

ଜାମ୍ମୁ ବିସ୍ଫୋରଣ; ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି

ଜାମ୍ମୁ: ଜାମ୍ମୁ ବସ୍‌ଷ୍ଟାଣ୍ଡରେ ଗୁରୁବାର ହୋଇଥିବା ଗ୍ରେନେଡ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି ପାଇଛି। ବସ୍‌ଷ୍ଟାଣ୍ଡରେ ଛିଡ଼ା ହୋଇଥିବା ଏକ ବସ୍‌ ତଳକୁ ଗ୍ରେନେଡ ଫିଙ୍ଗାଯାଇ ବିସ୍ଫୋରଣ ଘଟିଥିଲା। ଘଟଣାଦିନ ଏଥିରେ ମହମ୍ମଦ ଶାରିକ ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩୦ରୁ ଅଧିକ ଆହତ ହୋଇଥିଲେ। ଶୁକ୍ରବାର ସକାଳେ ଚିକିତ୍ସାଧୀନ ଅବସ୍ଥାରେ ଅନ୍ୟ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।

ଘଟଣା ପରେ ପୁଲିସ ଗ୍ରେନେଡ ଫିଙ୍ଗିଥିବା ଅଭିଯୁକ୍ତ ୟାସିର ଭଟ୍ଟଙ୍କୁ ଗିରଫ କରିଥିଲା। ସେ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀ ସଂଗଠନର ସଦସ୍ୟ ବୋଲି ଜଣାପଡ଼ିଛି। ସଂଗଠନର ନିର୍ଦେଶ ଅନୁଯାୟୀ ସେ ଏହି ବିସ୍ଫୋରଣ ଘଟାଇଥିବା ସ୍ବୀକାର କରିଛନ୍ତି।

- Advertisement -

ସୂଚନାଯୋଗ୍ୟ, ଆତଙ୍କବାଦୀ ସଂଗଠନଗୁଡ଼ିକ କାଶ୍ମୀରରେ ଆକ୍ରମଣ କରିଆସୁଥିଲେ। କିନ୍ତୁ ଏଥର ଜାମ୍ମୁକୁ ଟାର୍ଗେଟ କରିଛନ୍ତି। ସେନା ଏବଂ ପୁଲିସ ବ୍ୟତୀତ ସାଧାରଣ ନାଗରିକଙ୍କୁ ମଧ୍ୟ ଆତଙ୍କବାଦୀମାନେ ଟାର୍ଗେଟ କରୁଛନ୍ତି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories