www.samajalive.in
Saturday, December 6, 2025
26.1 C
Bhubaneswar

ବାଲେଶ୍ୱରରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ – ୧୪୩ରେ ପହଞ୍ଚିଲା ପଜିଟିଭ

ସମାଜ ପୋର୍ଟାଲ ଡେସ୍କ: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଁ ୧୪୩ରେ ପହଂଚିଛି। ଗତ ସନ୍ଧ୍ୟା ସୁଦ୍ଧା ଏହି ସଂଖ୍ୟା ୧୪୨ ଥିବା ବେଳେ ଆଜି ବାଲେଶ୍ୱରର ଜଣେ ୫୮ ବର୍ଷ ବୟସ୍କ ବ୍ୟକ୍ତି ଏଥିରେ ଆକ୍ରାନ୍ତ ହୋଇଥିବା ସ୍ୱାବ ପରୀକ୍ଷା ରିପୋର୍ଟରୁ ଜଣାପଡିଛି। ଏଥି ସହ ବାଲେଶ୍ୱର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଁ ୨୦ରେ ପହଞ୍ଚିଛି। ଏହି ସଂକ୍ରମିତ ବ୍ୟକ୍ତି ଜଣଙ୍କ ମଧ୍ୟ କୋଲକାତା ଫେରନ୍ତା ତେଣୁ ଏବେ ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସେହି ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଙ୍ଗ ଆରମ୍ଭ ହୋଇଛି।

- Advertisement -

ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରେ ୪୭ ଜଣ, ଯାଜପୁରରେ ୩୬, ଭଦ୍ରକରେ ୧୯, ବାଲେଶ୍ୱରରେ ୨୦, ସୁନ୍ଦରଗଡ଼ରେ ୧୦, କେନ୍ଦ୍ରାପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ୨ ଜଣ ଲେଖାଏଁ, ଢେଙ୍କାନାଳ, ପୁରୀ, କଟକ, କୋରାପୁଟ, ଦେବଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏପର୍ଯ୍ୟନ୍ତ ହୋଇଥିବା ୩୪ ହଜାର ୧୩୩ଟି ନମୁନା ପରୀକ୍ଷାରୁ ୧୪୩ଟି ରିପୋର୍ଟ ପଜିଟିଭ ଆସିଛି। ସେମାନଙ୍କ ମଧ୍ୟରୁ ୪୧ ଜଣ ସୁସ୍ଥ ହୋଇଥିବା ବେଳେ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ୧୦୧ ଜଣଙ୍କ ଚିକିତ୍ସା ଚାଲିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories