www.samajalive.in
Friday, December 12, 2025
14.1 C
Bhubaneswar

ଶାସନ ପଦରରେ ବିଦ୍ୟୁତ ଆଘାତରେ ଯୁବକ ମୃତ

ଗୋପାଳପୁର : ଗୋଳନ୍ଥରା ଥାନା ଅନ୍ତର୍ଗତ ଶାସନପଦର ଗାଁରେ ନିଜର ନିର୍ମାଣଧୀନ କୋଠାରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ଚିକିତ୍ସିତ ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲରେ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ନାରୁସୁ ନାୟକଙ୍କ ପୁଅ ଶୁଭମ ନାୟକ (୧୯ବୋଲି ଜଣାପଡ଼ିଛି। ମୃତ ଶୁଭମ ପଡୋଶୀରେ ସୁଧାଂଶୁ ନାୟକଙ୍କ ନିର୍ମାଣଧୀନ କୋଠାରେ ଏକ ଝୁଲନ୍ତା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଅଚେତ ହୋଇ ଯାଇଥିଲେ। ପରିବାର ବର୍ଗଙ୍କ ପକ୍ଷରୁ ତୁରନ୍ତ କେଲୁଆପଲ୍ଲୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। କିନ୍ତୁ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତୁରନ୍ତ ବ୍ରହ୍ମପୁର ବଡ ମେଡିକାଲ ସ୍ଥାନାନ୍ତରିତ କରାଯାଇଥିଲା। କିନ୍ତୁ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଘଟଣା ନେଇ ମୃତକଙ୍କ ପରିବାର ପକ୍ଷରୁ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଅଭିଯୋଗକୁ ଭିତ୍ତି କରି ପୁଲିସ ପକ୍ଷରୁ ୫୫/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଜଣାପଡିଛି ।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories