www.samajalive.in
Sunday, December 7, 2025
26.1 C
Bhubaneswar

ବିଷାକ୍ତ ମଦ ପିଇ ଜଣେ ମୃତ; ୨୦ଲକ୍ଷ କ୍ଷତିପୂରଣ ଦାବିରେ ରାସ୍ତାରୋକ

ସମାଜ ଡିଜିଟାଲ ଡେସ୍କ: ଗଞ୍ଜାମ ଚିକିଟିରେ ବିଷାକ୍ତ ମଦ ପିଇ ୧୬ଜଣ ଅସୁସ୍ଥ ହେବା ଘଟଣାରେ ଚିକିତ୍ସାଧିନ ଅବସ୍ଥାରେ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ପରିବାରକୁ ୨୦ଲକ୍ଷ ଟଙ୍କାର କ୍ଷତିପୂରଣ ଦାବି କରି ଚିକିଟି ବଜାର ଉପରେ ମୃତଦେହ ରଖି ଗ୍ରାମବାସୀମାନେ ଧାରଣା ଦେଇଛନ୍ତି। ଏହାସହିତ ଜିଲାରେ ସମ୍ପୂର୍ଣ୍ଣ ମଦ ବନ୍ଦ କରିବାକୁ ଦାବି କରିଛନ୍ତି ଗ୍ରାମବାସୀ। ସୂଚନା ଅନୁସାରେ ବ୍ରହ୍ମପୁର ବଡ ମେଡିକାଲରେ ଗୁରୁତର ଭାବେ ଚିକିତ୍ସିତ ହେଉଥିବା ବେଳେ ଯୁର ବେହେରାଙ୍କ ଆଜି ମୃତ୍ୟୁ ହୋଇଛି। ଅନ୍ୟ ଅସୁସ୍ଥଙ୍କ ଚିକିତ୍ସା ଏମକେସିଜି ଓ ଚିକିଟି ମେଡିକାଲରେ ଚାଲିଛି। ଘଟଣାରେ ୬ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories