ଶ୍ରୀନଗର: ଜାମ୍ମୁ-କାଶ୍ମୀରର ସୋପିଆନରେ ଶୁକ୍ରବାର ସକାଳେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଘଟିଛି। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୋପିଆନ ଜିଲାର ଦ୍ରାଗଦ ସୁଗାନ ଅଞ୍ଚଳରେ ଏହି ଗୁଳିବିନିମୟ ଘଟିଛି।
ସୂଚନା ମୁତାବକ, ଦ୍ରାଗତ ସୁଗାନ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସେନାକୁ ସୂଚନା ମିଳିଥିଲା। ଏହା ପରେ ପୁଲିସ ଏବଂ ସେନା ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ମିଳିତ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ଏହି ସମୟରେ ଆତଙ୍କବାଦୀମାନେ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହାର ଜବାବରେ ଯବାନମାନେ ମଧ୍ୟ ପ୍ରତିଆକ୍ରମଣ କରିଥିଲେ। ଗୁଳିବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଥିବାବେଳେ ଅନ୍ୟମାନଙ୍କୁ ଧରିବା ଲାଗି ଯବାନଙ୍କ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।



