www.samajalive.in
Tuesday, December 9, 2025
16.1 C
Bhubaneswar

ମହାରାଷ୍ଟ୍ରରୁ ଆସିଲା ମହାବଳ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ବାଘ ବଂଶ ବୃଦ୍ଧି କରିବା ଉଦ୍ଦେଶ୍ୟରେ ମହାରାଷ୍ଟ୍ରରୁ ଅଣାଯାଇଛି ଗୋଟିଏ ମହାବଳ ବାଘ। ମହାରାଷ୍ଟ୍ରର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ମହାବଳକୁ ଅଣାଯାଇଥିବା ଜଣାପଡ଼ିଛି। ମହାବଳକୁ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ଅଭୟାରଣ୍ୟରେ ଛଡ଼ାଯିବ। ଏଥିପାଇଁ ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷ ପ୍ରସ୍ତୁତି ଶେଷ କରିଛନ୍ତି। ନୂଆ ଅତିଥିକୁ ସ୍ଵାଗତ କରିବା ଲାଗି ଅଭୟାରଣ ସଜେଇ ହୋଇଛି। ଅଭୟାରଣ୍ୟର ମୁଖ୍ୟ ଫାଟକକୁ ସାଜସଜ୍ଜା କରାଯାଉଥିବା ଦେଖିବାକୁ ମିଳିଛି। ରବିବାର ସନ୍ଧ୍ୟାରେ ବାଘଟି ସିମିଳିପାଳ ଅଭୟାରଣ୍ୟରେ ପହଞ୍ଚିଥିବା ସୂଚନା ମିଳିଛି। ଆବଶ୍ୟକ ପ୍ରକ୍ରିୟା ଶେଷ ହେବା ପରେ ବାଘକୁ ଜଙ୍ଗଲରେ ଛଡ଼ାଯିବ।

Hot this week

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

Related Articles

Popular Categories