www.samajalive.in
Saturday, December 6, 2025
16.1 C
Bhubaneswar

ଏଣିକି ଅନଲାଇନରେ ହେବ ରେସନ କାର୍ଡ ଆବେଦନ ଠାରୁ ଧାନ ସଂଗ୍ରହ ପଞ୍ଜୀକରଣ

ହିତାଧିକାରୀଙ୍କ ସୁବିଧା ପାଇଁ ବ୍ୟାପକ ସଚେତନତା ଅଭିଯାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

- Advertisement -

ଭୁବନେଶ୍ଵର: ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ଧାନ ସଂଗ୍ରହ ପଞ୍ଜୀକରଣ ଠାରୁ ଆରମ୍ଭ କରି ରେସନ କାର୍ଡ ଆବେଦନ ପର୍ଯ୍ୟନ୍ତ ସବୁ କାର୍ଯ୍ୟ ପାଇଁ ଅନ୍‌ଲାଇନ ବ୍ୟବସ୍ଥା ହେବ ଲୋକମାନେ ଏବେ ଘରେ ବସି ସବୁ ସୁବିଧା ପାଇପାରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କରେ ଘୋଷଣା କରିଛନ୍ତି ।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଏହି କାର୍ଯ୍ୟର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଏହାକୁ ସ୍ବଚ୍ଛତା ଓ ଦକ୍ଷତା ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ବୋଲି ବର୍ଣ୍ଣନା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାର ଲୋକଙ୍କ ଖାଦ୍ୟ ସୁରକ୍ଷା ପାଇଁ ପ୍ରତିଶୃତିବଦ୍ଧ। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ସହିତ ରାଜ୍ୟ ସରକାର ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ NFSAରୁ ବାଦ୍‌ ପଡିଥିବା ୨୫ ଲକ୍ଷ ଲୋକଙ୍କୁ ସାମିଲ କରିଛନ୍ତି। ସାରା ରାଜ୍ୟରେ ସାଢେ ତିନି କୋଟିରୁ ଅଧିକ ଲୋକ ଖାଦ୍ୟ ସୁରକ୍ଷାରେ ସାମିଲ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।  ସାରା ରାଜ୍ୟର ଲୋକ ଏହି ବିଭାଗ ସହିତ ସିଧାସଳଖ ଯୋଡି ହୋଇ ରହିଛନ୍ତି। ତେଣୁ ସାଧାରଣ ଲୋକ ପରିବର୍ତ୍ତନର ସୁଫଳ ଯେପରି ଠିକ୍‌ ଭାବରେ ପାଇପାରିବ, ସେଥିପାଇଁ ଅନ୍‌ ଲାଇନ ବ୍ୟବସ୍ଥା ସଂପର୍କରେ ବ୍ୟାପକ ସଚେତନତା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ। ମାସକ ମଧ୍ୟରେ କେତେ ଲୋକ ଏହି ଅନ୍‌ଲାଇନ ସୁବିଧାର ବ୍ୟବହାର କଲେ, ସେ ସଂପର୍କରେ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।ଏହି ଅବସରରେ ଖାଦ୍ୟ ସୁରକ୍ଷା ଦିଗରେ ଗତ ୨୦ ବର୍ଷ ମଧ୍ୟରେ ଓଡିଶାରେ ଯେଉଁ ବ୍ୟାପକ ପରିବର୍ତ୍ତନ ଆସିଛି, ସେ ସଂପର୍କିତ ସମସ୍ତ ତଥ୍ୟ ସମ୍ବଳିତ ଏକ ପୁସ୍ତକ Making of a Food Secure Odisha କୁ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଛନ୍ତି ।

ସୂଚନାଯୋଗ୍ୟ ଯେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ପକ୍ଷରୁ ୪ଟି ସେବା ପାଇଁ ଅନ୍‌ଲାଇନ ବ୍ୟବସ୍ଥା ଆରମ୍ଭ କରାଯାଇଛି । ଏଗୁଡିକ ହେଲା – ଧାନ ବିକ୍ରୟ ପାଇଁ ଚାଷୀ ମାନଙ୍କ ପଞ୍ଜୀକରଣ, ରେସନ କାର୍ଡ ପାଇଁ ଆବେଦନ ଓ ସଂଶୋଧନ ଇତ୍ୟାଦି, ସୁଲଭ ମୂଲ୍ୟ ଦୋକାନ ପାଇଁ ଲାଇସେନ୍‌ସ ଫି ପ୍ରଦାନ ଏବଂ ସୁଲଭ ମୂଲ୍ୟ ଦୋକାନ ମାନଙ୍କ ଦ୍ବାରା ଖାଦ୍ୟଶସ୍ୟର ମୂଲ୍ୟ ପ୍ରଦାନ । ଏସବୁ ସୁବିଧା ଗୁଡିକ www.foododisha.in ରେ citizen Services ଲିଙ୍କ୍ ରେ ମିଳିପାରିବ।  ଏହି ଅବସରରେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ  ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ ଯେ ୫ଟି କାର୍ଯ୍ୟକ୍ରମ ଅଧୀନରେ ବ୍ୟାପକ ପରିବର୍ତ୍ତନ ଆଣିବା ପାଇଁ ବିଭାଗ ପ୍ରତିଶୃତିବଦ୍ଧ ହୋଇ କାର୍ଯ୍ୟ କରୁଛି । ଆଜିର ଏହି ଅନ୍‌ଲାଇନ ସେବା ଗୁଡିକ ଏ ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ।
ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗର ସଚିବ  ବୀର ବିକ୍ରମ ଯାଦବ ସମସ୍ତଙ୍କୁ ସ୍ବାଗତ କରି ନୂତନ ସେବା ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । ବିଭାଗର ଯୁଗ୍ମ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର  ସୁରେଶ ମହାପାତ୍ର, କୃଷି ଉତ୍ପାଦନ କମିଶନର  ଆର୍‌.କେ. ଶର୍ମା, କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ, ଅର୍ଥ ବିଭାଗର ପ୍ରମୁଖ ସଚିବ  ଏ.କେ ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ ।
ବିଭିନ୍ନ ଜିଲ୍ଲାପାଳ ଏବଂ ଖାଦ୍ୟ ଯୋଗାଣ ବିଭାଗର କ୍ଷେତ୍ର କର୍ମଚାରୀମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories