www.samajalive.in
Sunday, December 7, 2025
16.1 C
Bhubaneswar

ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମ୍‌ଫେଡ ଘିଅ, ନଚେତ୍ କାର୍ଯ୍ୟାନୁଷ୍ଠାନ

ପୁରୀ : ଶ୍ରୀମନ୍ଦିରରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଛି। ଏନେଇ ସହଯୋଗ କରିବାକୁ ଓମଫେଡକୁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଶ୍ରୀଜଗନ୍ନାଥ ମନ୍ଦିର ଆବଶ୍ୟକତାକୁ ନଜରରେ ରଖି ଏକ ସ୍ବତନ୍ତ୍ର ଡିପୋ ଖୋଲାଯିବା ସକାଶେ ଓମଫେଡ ପରିଚାଳନା ନିର୍ଦେଶକଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ। ମୁଖ୍ୟ ପ୍ରଶାସକ ଶ୍ରୀ ପାଢୀ ପତ୍ରରେ ଲେଖିଛନ୍ତି ଯେ, ଶ୍ରୀମନ୍ଦିରରେ ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଛି। ଏନେଇ ସମ୍ପୃକ୍ତ ନିଯୋଗଗୁଡ଼ିକ ସହ ଆଲୋଚନା ହେବା ସହ ସହମତି ପ୍ରକାଶ ପାଇଛି। ତେଣୁ ଓମଫେଡ ଘିଅର ଆବଶ୍ୟକତାକୁ ନଜରରେ ରଖି ପଦକ୍ଷେପ ଗ୍ରହଣ କରିବାକୁ ଅନୁରୋଧ କରାଯାଇଛି। ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ଡିପୋ କରାଗଲେ ଆବଶ୍ୟକତା ପୂରଣ ହେବା ସହ ଅପମିଶ୍ରିତ ଘିଅକୁ ରୋକାଯାଇ ପାରିବ। ଘିଅ ଦର ମଧ୍ୟ ହ୍ରାସ କରାଯିବାକୁ ବିଭିନ୍ନ ନିଯୋଗ ପକ୍ଷରୁ ହୋଇଥିବା ଅନୁରୋଧକୁ ଗ୍ରହଣ କରିବାକୁ ପତ୍ରରେ ସେ ଅନୁରୋଧ କରିଛନ୍ତି। ଅନ୍ୟପକ୍ଷରେ ଶ୍ରୀମନ୍ଦିରକୁ ଓମଫେଡ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନ କରେ, ସେଥିପ୍ରତି ପଦକ୍ଷେପ ନେବାକୁ ନିର୍ଦେଶ ଦେଇଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁଆର ମହାସୁଆର ନିଯୋଗକୁ ଏହା ଜଣାଇ ଦିଆଯାଇଛି। ବରିଷ୍ଠ ସୁପରଭାଇଜର ଏବଂ କମାଣ୍ଡର ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବେ। ଏଥିରେ କୌଣସି ପ୍ରକାର ବ୍ୟତିକ୍ରମକୁ ବରଦାସ୍ତ କରାଯିବ ନାହିଁ, ଅନ୍ୟ ଛାପ ଘିଅ ଶ୍ରୀମନ୍ଦିରକୁ ନେବାକୁ ଚେଷ୍ଟା କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସକ ସତର୍କ କରିଦେଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବଟ୍ଟ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories