www.samajalive.in
Friday, December 5, 2025
20.1 C
Bhubaneswar

ରାଜ୍ୟପାଳଙ୍କ ଅଭିଭାଷଣକୁ ବିରୋଧୀଙ୍କ ବର୍ଜନ, କକ୍ଷ ତ୍ୟାଗ କଲେ ବିଜେଡି ଓ କଂଗ୍ରେସ

ସମାଜ ଡିଜିଟାଲ ଡେସ୍କ: ସପ୍ତଦଶ ବିଧାନସଭା ଆରମ୍ଭରୁ ଗୃହରେ ହଟ୍ଟଗୋଳ କରିଛନ୍ତି ବିରୋଧୀ। ରାଜ୍ୟପାଳ ରଘୁବର ଦାସଙ୍କ ଅଭିଭାଷଣରୁ ସୋମବାର ବିଧାନସଭା ଅଧିବେଶନ ଆରମ୍ଭ ହୋଇଥିଲା। ମାତ୍ର ରାଜ୍ୟପାଳଙ୍କ ଅଭିଭାଷଣକୁ ବର୍ଜନ କରିଛନ୍ତି ବିରୋଧୀ ଦଳ ସଦସ୍ୟ। ରାଜ୍ୟପାଳଙ୍କ ଅଭିଭାଷଣ ଜାରି ରହିଥିବା ବେଳେ ବିରୋଧୀମାନେ ତାହାକୁ ବର୍ଜନ କରି କକ୍ଷ ତ୍ୟାଗ କରିଛନ୍ତି। ବିରୋଧୀ ବିଜେଡି ଏବଂ କଂଗ୍ରେସ ସଦସ୍ୟମାନେ ଗୃହରୁ ଚାଲିଯାଇଥିଲେ।

ପୁରୀ ରଥଯାତ୍ରା ସମୟରେ ରାଜ୍ୟପାଳଙ୍କ ପୁଅ ଲଳିତ କୁମାର ଜଣେ ଏଏସଓ ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ବିଜେଡି ଏବଂ କଂଗ୍ରେସ ରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିଥିଲା। ଏହା ସହିତ ଏହି ଘଟଣାରେ ସରକାରଙ୍କ ନୀରବତାକୁ ବିରୋଧୀମାନେ କଡ଼ା ସମାଲୋଚନା କରିଥିଲେ। ସେହି କାରଣରୁ ବିଧାନସଭାରେ ବିରୋଧୀ ସଦସ୍ୟ ରାଜ୍ୟପାଳଙ୍କ ଅଭିଭାଷଣ ବର୍ଜନ କରିଥିବା ବିଜେଡି ଏବଂ କଂଗ୍ରେସ ବିଧାୟକମାନେ କହିଛନ୍ତି।

- Advertisement -

କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି କହିଛନ୍ତି, ବିଜେପି ସରକାରକୁ ଆସିଛି, ଓଡ଼ିଆ ଅସ୍ମିତା କଥା କହୁଛି। ରାଜ୍ୟପାଳଙ୍କ ପୁଅ ଓଡ଼ିଆ ଅଫିସରଙ୍କୁ ମାଡ ମାରିଲେ। ରାଜ୍ୟପାଳଙ୍କ ପୁଅକୁ ଗିରଫ କରାଯାଉ ନାହିଁ କାହିଁକି। ତାଙ୍କ ପୁଅକୁ ଗିରଫ କରା ନ ଗଲେ ରାଜ୍ୟପାଳ ଗୃହକୁ ଆସିପାରିବେ ନାହିଁ। ରାଜ୍ୟପାଳଙ୍କ ପୁଅ ଗିରଫ ନ ହେବା ଯାଏ ଆନ୍ଦୋଳନ ଜାରି ରହିବ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories