www.samajalive.in
Saturday, December 6, 2025
23.1 C
Bhubaneswar

ପିଜିଟି ଲିଖିତ ପରୀକ୍ଷା ବାତିଲ

ସମାଜ ଡିଜିଟାଲ ଡେସ୍କ: ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଦ୍ଵାରା ପରିଚାଳିତ ପୋଷ୍ଟ ଗ୍ରାଜୁଏଟ ଟିଚର(ପିଜିଟି) ଲିଖିତ ପରୀକ୍ଷା ବାତିଲ ହୋଇଛି। ନିର୍ଦ୍ଧାରିତ ହୋଇଥିବା ଅକ୍ଟୋବର ୬ ତାରିଖ ପିଜିଟି ନିଯୁକ୍ତି ନେଇ ୩ଟି ବର୍ଗର ଲିଖିତ ପରୀକ୍ଷାକୁ ଓପିଏସସି ବାତିଲ କରିଛି । ପଦାର୍ଥ ବିଜ୍ଞାନ, ଗଣିତ ଏବଂ ଓଡ଼ିଆ ବିଷୟର ଅପ୍ସନାଲ ପେପର-୧ ଓ ପେପର-୨ ପରୀକ୍ଷା ବାତିଲ୍ ନିର୍ଦ୍ଦେଶ ଦିଆଯାଇଛି। ଅନିବାର୍ଯ୍ୟ କାରଣ ଦର୍ଶାଇ ପରୀକ୍ଷା ବାତିଲ କରିଛନ୍ତି ଓପିଏସସି ସଂପାଦକ। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଅନ୍ୟ ଅପ୍ସନାଲ ବିଷୟ ଧାର୍ଯ୍ୟ ସୂଚୀ ଅନୁସାରେ ପରୀକ୍ଷା ହେବ। ଆଜି ବାତିଲ ପରୀକ୍ଷାଗୁଡ଼ିକ କେବେ ହେବ ସେନେଇ ପରବର୍ତ୍ତୀ ସମୟରେ  ବିଜ୍ଞପ୍ତି ପ୍ରକାଶ ପାଇବ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories