www.samajalive.in
Sunday, December 7, 2025
13.1 C
Bhubaneswar

ଶରୀରକୁ ସୁସ୍ଥ ରଖିଥାଏ କମଳା

ଶୀତଦିନରେ କମଳା ଖାଇବା ଦ୍ୱାରା ଏହା ଶରୀର ପାଇଁ ଖୁବ ଲାଭଦାୟକ ହୋଇଥାଏ। କମଳାରେ ଭିଟାମିନ ସି ପର୍ଯ୍ୟାପ୍ତ ପରିମାଣରେ ଥିବାରୁ ଏହା ସ୍ୱାଦିଷ୍ଟ ଲାଗିବା ସହ ସ୍ୱାସ୍ଥ୍ୟ ପାଇଁ ହିତକାରକ ଅଟେ। କର୍କଟ ଠାରୁ ମଧୁମେୟ ରୋଗର ବିଭିନ୍ନ ସମସ୍ୟାକୁ ଦୂର କରିଥାଏ। ଜାଣନ୍ତୁ କମଳା କିପରି ସ୍ୱାସ୍ଥ୍ୟର ଉପକାର କରିଥାଏ….
ବିଭିନ୍ନ ରୋଗରୁ ରକ୍ଷା କରିଥାଏ –
କମଳାରେ ଭିଟାମିନ ସି ରହିଛି, ଯାହା ଏକ ଶକ୍ତିଶାଳୀ ଆଣ୍ଟିଅକ୍ସିଡ଼ାଣ୍ଟ ଭାବେ କାର୍ଯ୍ୟ କରିଥାଏ। ଏହାକୁ ନିୟମିତ ଖାଇବା ଦ୍ୱାରା କର୍କଟ ଭଳି ମାରାତ୍ମକ ରୋଗରୁ ମଧ୍ୟ ରକ୍ଷା କରିଥାଏ।
ଏହାକୁ ଖାଇବା ଦ୍ୱାରା ଗ୍ୟାସଟିକ, ଏସିଡ଼ିଟି ଭଳି ସମସ୍ୟାରୁ ମୁକ୍ତି ମିଳିବା ସହ ଖାଦ୍ୟ ଭଲ ଭାବେ ହଜମ ହୋଇଥାଏ।
ମୁହଁ ପାଇଁ ଲାଭଦାୟକ –
ମୁହଁ ପାଇଁ ମଧ୍ୟ କମଳା ଖୁବ ଲାଭଦାୟକ ଅଟେ। ଏଥିରେ ଥିବା ଆଣ୍ଟିଅକ୍ସିଡ଼ାଣ୍ଟ ମୁହଁର ସମସ୍ତ ଦାଗକୁ ଦୂର କରିବା ସହ ଉଜ୍ୱଳ ମଧ୍ୟ କରିଥାଏ। ଏହାକୁ ଖାଇବା ସହ ଏହାର ଚୋପାକୁ ମଧ୍ୟ ଶୁଖାଇ ପେଷି ଲଗାଇ ପରିବେ।
କୋଲେଷ୍ଟ୍ରୋଲ କମ କରିଥାଏ –
ଏହାକୁ ଖାଇବା ଦ୍ୱାରା କୋଲେଷ୍ଟ୍ରୋଲ ସ୍ତର ସଠିକ ରହିଥାଏ। ଫଳରେ ହୃଦୟ ଜନିତ ସମସ୍ୟା ଦୂର ହୋଇଥାଏ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories