www.samajalive.in
Sunday, December 7, 2025
13.1 C
Bhubaneswar

ତ୍ୱଚାକୁ ଉଜ୍ଜ୍ୱଳ କରିବା ପାଇଁ ବ୍ୟବହାର କରନ୍ତୁ ଏହି ଘରୋଇ ଫେସ ପ୍ୟାକ୍‍

ସୁନ୍ଦର ଓ ଚମକପ୍ରଦ ତ୍ୱଚା ସଭିଁଙ୍କୁ ବେଶ ପସନ୍ଦ। ଯୁବକ ହୁଅନ୍ତୁ ଅଥବା ଯୁବତୀ ସମସ୍ତେ ତ୍ୱଚାର ସୁନ୍ଦରତା ବଜାୟ ରଖିବା ପାଇଁ ଦାମୀ କ୍ରିମର ବ୍ୟବହାର କରିଥାଆନ୍ତି। କ୍ରିମ ବ୍ୟତୀତ ବହୁ ପ୍ରାକୃତିକ ଦ୍ରବ୍ୟ ରହିଛି, ଯାହାର ବ୍ୟବହାର କରିବା ଦ୍ୱାରା ତ୍ୱଚାର ସୁନ୍ଦରତା ଦ୍ୱିଗୁଣିତ ହୋଇଯାଏ। ସେଭଳି ଏକ ଦ୍ରବ୍ୟ ହେଉଛି କମଳା ଚୋପାର ଫେସ ପ୍ୟାକ୍‍ …..
କମଳା ଖାଇବାକୁ ଯେପରି ସୁଆଦିଆ ଓ ସ୍ୱାସ୍ଥ୍ୟ ପାଇଁ ହିତକାରକ, ସେଭଳି ଏହାର ଚୋପାର ଫେସ ପ୍ୟାକ ମଧ୍ୟ ତ୍ୱଚା ପାଇଁ ଖୁବ ଉପକାରୀ।
ପ୍ରଥମେ କମଳାର ଚୋପାକୁ ଭଲ ଭାବେ ଖରାରେ ଶୁଖାଇ ଦିଅନ୍ତୁ। ଭଲ ଭାବେ ଶୁଖାଇବା ପରେ ଏହାକୁ ପେଷି ଦିଅନ୍ତୁ।
ପେଷିବା ପରେ ଏହି କମଳା ଚୋପା ଗୁଣ୍ଡରେ ହଳଦୀ ଗୁଣ୍ଡ ମିଶାଇ ଭଲ ଭାବେ ମିଶାଇ ଦିଅନ୍ତୁ।
ଭଲ ଭାବେ ମିଶାଇବା ପରେ ଏଥିରେ ଗୋଲାପ ଜଳ ମିଶାଇ ପେଷ୍ଟ ପ୍ରସ୍ତୁତ କରନ୍ତୁ।
ଏହି ପେଷ୍ଟକୁ ମୁହଁରେ ଲଗାଇ କିଛି ସମୟ ରଖି ଦିଅନ୍ତୁ। ଶୁଖିବା ପରେ ମୁହଁକୁ ଭଲ ଭାବେ ଧୋଇ ଦିଅନ୍ତୁ।
ସପ୍ତାହକୁ ଥରେ ଏହାକୁ ଲଗାଇଲେ ନିଜେ ଏହାର ଚମତ୍କାରିତା ଅନୁଭବ କରି ପାରିବେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories