www.samajalive.in
Thursday, December 11, 2025
16.1 C
Bhubaneswar

ଶ୍ରୀମନ୍ଦିର ମହାପ୍ରସାଦରେ ବ୍ୟବହାର ହେବ ଜୈବିକ ଚାଉଳ

ଭୁବନେଶ୍ୱର: ଶ୍ରୀମନ୍ଦିର ମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳ ବ୍ୟବହାର ହେବ। ଏ ନେଇ ଏକ ପରାମର୍ଶ ବୈଠକ କୃଷି ଭବନ ସମ୍ମିଳନୀ କକ୍ଷଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ମହାପ୍ରସାଦରେ ଜୈବିକ ଚାଉଳର ବ୍ୟବହାର ନେଇ ଆଲୋଚନା ହୋଇଥିଲା।

ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ମହାପ୍ରସାଦରେ ଜୈବିକ ଚାଉଳ ଏବଂ ପନିପରିବାର ବ୍ୟବହାର ନିଷ୍ପତ୍ତିକୁ ସୁଆର-ମହାସୁଆର ନିଯୋଗ ତଥା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱାଗତ କରାଯାଇଛି। ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ସର୍ବଦା ଜୈବିକ କୃଷିକୁ ସମର୍ଥନ ଦେଇ ଆସିଛନ୍ତି। ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରୀମନ୍ଦିର କୋଠଭୋଗରେ ଏହି ଜୈବିକ ଚାଉଳ ବ୍ୟବହାର କରାଯିବ। ଶ୍ରୀଗୁଣ୍ଡିଚା ସମୟରେ ସମ୍ପୂର୍ଣ୍ଣ ଲାଗି ହେଉଥିବା ଭୋଗରେ ଜୈବିକ ଚାଉଳ ଓ ପନିପରିବା ବ୍ୟବହାର ହେବା ପାଇଁ ପ୍ରସ୍ତାବ ରହିଛି। ‘ଅମୃତ ଅନ୍ନ’ ନାମରେ ସ୍ବତନ୍ତ୍ର ପ୍ରକଳ୍ପ କାର୍ଯ୍ୟକାରୀ ହୋଇ ଜୈବିକ ଅନ୍ନରୁ ପ୍ରସ୍ତୁତ ମହାପ୍ରସାଦ ଆନନ୍ଦବଜାରରେ ଭକ୍ତଙ୍କ ପାଇଁ ଉପଲବ୍ଧ ହେବ।

- Advertisement -

ପ୍ରାରମ୍ଭିକ ଭାବେ ରାଜ୍ୟରେ ଉତ୍ପାଦିତ ହେଉଥିବା କଳାଜୀରା, ପିମ୍ପୁଡ଼ିବାସ, ଯୁବରାଜ ଆଦି ଜୈବିକ ଚାଉଳ ଦେଶୀୟ ପ୍ରଜାତିର ଜୈବିକ ଧାନ ଏହି ‘ଅମୃତ ଅନ୍ନ’ ମହାପ୍ରସାଦରେ ବ୍ୟବହୃତ ହେବ। ଏଥିମଧ୍ୟରୁ କଳାଜୀରା ଧାନ ଜିଆଇ ଟ୍ୟାଗ୍‌ (ଭୌଗୋଳିକ ସୂଚକାଙ୍କ)ରେ ସ୍ଥାନିତ ହୋଇସାରିଛି। ସଂପ୍ରତି ଓଡ଼ିଶା ଚାଉଳ ଉତ୍ପାଦକତାରେ ଜାତୀୟ ହାରଠାରୁ ଆଗରେ ରହିଛି। ଚଳିତ ବର୍ଷ କୋରାପୁଟର ୧୩୬୫ ଏକର ଜମିରେ କଳାଜୀରା ଚାଉଳ ଚାଷ ହୋଇଛି ଏବଂ କୋଟପାଡ଼ଠାରେ ପ୍ରଥମ ଥର ପାଇଁ କଳାଜୀରା ଧାନ ମଣ୍ଡି ଖୋଲାଯାଇଛି। ଜୈବିକ କୃଷିକୁ ପ୍ରୋତ୍ସାହନ ଦେବା ପାଇଁ ଅର୍ଗାନିକ୍‌ ସାର୍ଟିଫିକେସନ୍‌, ସବ୍‌ସିଡ଼ି ଆଦିର ପ୍ରସ୍ତାବ ରହିଛି। ଏଥି ସହ କୃଷକ ଉତ୍ପାଦକ ସଂଗଠନ (ଏଫ୍‌ପିଓ)ମାନଙ୍କୁ କ୍ଲଷ୍ଟର ଆପ୍ରୋଚ୍‌ ମାଧ୍ୟମରେ ଜୈବିକ ଚାଉଳ ଉତ୍ପାଦନ ପାଇଁ ପ୍ରୋତ୍ସାହନ ଦିଆଯିବ ଏବଂ ସଂପୂର୍ଣ୍ଣ ପ୍ରକ୍ରିୟାକୁ ସୁରୁଖୁରୁରେ କାର୍ଯ୍ୟକାରୀ କରିବାକୁ ଏକ ପରିଚାଳନା କମିଟି ଗଠନ କରାଯିବ। କମିଟିରେ ଶ୍ରୀମନ୍ଦିର ପ୍ରଶାସନ, ସୁଆର-ମହାସୁଆର ନିଯୋଗ ପ୍ରତିନିଧିଙ୍କ ସମେତ ଅନ୍ୟ ଉତ୍ପାଦକ ଗୋଷ୍ଠୀର ପ୍ରତିନିଧି ଏବଂ ବିଭାଗୀୟ ଅଧିକାରୀ ସଦସ୍ୟ ରହିବେ।

ପ୍ରାରମ୍ଭିକ ପର୍ଯ୍ୟାୟରେ ୧୦୦ରୁ ୨୦୦ ଏକର ଜମିରେ ଜୈବିକ ଚାଉଳ ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି । ବିହନ ସଂରକ୍ଷଣ କରାଯାଇ ପରବର୍ତ୍ତୀ ସମୟରେ ଅଧିକ ଜୈବିକ ଧାନ ଉତ୍ପାଦନକୁ ପ୍ରୋତ୍ସାହନ ଦିଆଯିବ ଏବଂ ସଂପୂର୍ଣ୍ଣ ‘ଅମୃତ ଅନ୍ନ’ ମହାପ୍ରସାଦରେ ଜୈବିକ ଶସ୍ୟ ବ୍ୟବହାର କରାଯିବ। ଜୈବିକ ପଦ୍ଧତିରେ ଉତ୍ପାଦନବେଳେ ଗୋମୂତ୍ର, ଗୋବର, ବୀଜାମୃତ ତଥା ଅନ୍ୟ ଜୈବିକ ଖତ ବ୍ୟବହାର ରାଜ୍ୟରେ ଗୋସମ୍ପଦର ସୁରକ୍ଷା ଓ ବୃଦ୍ଧିରେ ମଧ୍ୟ ସହାୟକ ହୋଇପାରିବ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories