www.samajalive.in
Sunday, December 7, 2025
26.1 C
Bhubaneswar

ଘାଟିରୁ ଓଲଟିଲା ଓଏସଆରଟିସି ବସ୍: ୧୫ରୁ ଅଧିକ ଯାତ୍ରୀ ଆହତ

ହରଭଙ୍ଗା : ବୌଦ୍ଧ-କନ୍ଧମାଳ ସୀମାନ୍ତ ରାଣୀପଥର ଘାଟିରେ ଓଏସଆରଟିସି ଯାତ୍ରୀବାହୀ ବସ୍ ଦୁର୍ଘଟଣାଗସ୍ତ ହୋଇଛି। ଫୁଲବାଣୀ ରାଣୀପଥର ଘାଟିରୁ ବସଟି ତଳକୁ ଖସିଯାଇଛି। ଫଳରେ ବସରେ ଥିବା ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ନିକଟସ୍ଥ ଫୁଲବାଣୀ ଏବଂ ପୁରୁଣାକଟକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବୁଧବାର ସକାଳୁ ବସ୍‌ଟି ଫୁଲବାଣୀରୁ ଅନୁଗୁଳ ଆସୁଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରର ରେସକ୍ୟୁ ଅପରେସନ୍ ବେଶ୍ କଷ୍ଟଦାୟକ ଥିଲା। ବସ୍‌ଟି ଓଲଟି ପଡିଥିବାରୁ ସେ ଭିତରୁ ଜଣ ଜଣଙ୍କୁ ବାହାର କରିବାକୁ ପଡିଥିଲା। ବସ୍‌ର କାଚ ଭାଙ୍ଗି ସେଥିରୁ ଯାତ୍ରୀଙ୍କୁ ବାହାରକୁ ଅଣାଯାଇଥିଲା। ଗାଡିର ଗିଅର ବକ୍ସରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଦୁର୍ଘଟଣା ଘଟିଥିବା କୁହାଯାଉଛି। ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories