www.samajalive.in
Sunday, December 14, 2025
19.1 C
Bhubaneswar

ସିଟି ବୋଟିଂ କ୍ଲବ କମ୍ପେ୍ଲକ୍ସ ପରିସରରେ ନିର୍ମାଣ ହେବ ୱାଟର ସ୍ପୋଟର୍ସ ପାର୍କ, ସମୀକ୍ଷା କଲେ ଓଟିଡିସି ଅଧ୍ୟକ୍ଷା

ଭୁବନେଶ୍ବର: ରାଜ୍ୟରେ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ କରି ପର୍ଯ୍ୟଟନ ଶିଳ୍ପକୁ ଅଧିକ ସମୃଦ୍ଧ ଓ କ୍ରିୟାଶୀଳ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଥିବାବେଳେ ପର୍ଯ୍ୟଟକଙ୍କୁ ମହାନଦୀରେ ଆଡ଼ଭେଞ୍ଚର ୱାଟର ସ୍ପୋଟର୍ସ (ଦୁଃସାହାସିକ ଜଳକ୍ରୀଡ଼ା) ସହ ମନୋରଞ୍ଜନର ସୁବିଧା ଯୋଗାଇ ଦେବା ନିମନ୍ତେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଦ୍ୱାରା କଟକର ମାତାମଠ ଠାରେ ସିଲିଭର ସିଟି ବୋଟିଂ କ୍ଲବ କମ୍ପେ୍ଲକ୍ସ ପରିସରରେ ଏକ ୱାଟର ସ୍ପୋଟର୍ସ ପାର୍କ ସ୍ଥାପନ କରାଯିବାକୁ ନିଷ୍ପତ୍ତି ହୋଇଛି। ଏହା ଖୁବଶୀଘ୍ର ପର୍ଯ୍ୟଟକଙ୍କ ନିମନ୍ତେ ଲୋକାର୍ପିତ ହେବ। ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ମଙ୍ଗଳବାର ଅପରାହ୍ନରେ ବରିଷ୍ଠ ପଦାଧିକାରୀ ଓ ଇଞ୍ଜିନିୟରମାନଙ୍କ ସହ କଟକ ଗସ୍ତରେ ଯାଇ ମାତାମଠ ଠାରେ ଥିବା ଏହି ୱାଟର ସ୍ପୋଟର୍ସର ଆବଶ୍ୟକ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଛନ୍ତି। ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ସମସ୍ତ କାର୍ଯ୍ୟ ବୁଲି ଦେଖିବାପରେ ତାଙ୍କ ସହ ଯାଇଥିବା ଓଟିଡିସିର ବରିଷ୍ଠ ପଦାଧିକାରୀ ଓ ଇଞ୍ଜିନିୟରମାନଙ୍କୁ ବାକି ଥିବା କାର୍ଯ୍ୟକୁ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପର୍ଯ୍ୟଟକଙ୍କ ନିରାପତ୍ତାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଏବାବଦରେ ସମସ୍ତ ଆନୁସଙ୍ଗିକ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି।


ଏହି ସ୍ଥାନରେ ବିଭିନ୍ନ ପ୍ରକାରର ୱାଟରସ୍ପୋଟର୍ସ ବ୍ୟତୀତ ପର୍ଯ୍ୟଟକଙ୍କ ସୁବିଧା ପାଇଁ ଓଟିଡିସି ପକ୍ଷରୁ ଏକ ରେଷ୍ଟୁରାଣ୍ଟ ମଧ୍ୟ କାର୍ଯ୍ୟ କରିବ। ପର୍ଯ୍ୟଟକମାନେ ମହାନଦୀର ମନୋରମ ଦୃଶ୍ୟକୁ ଉପଭୋଗ କରିପାରିବା ନିମନ୍ତେ ଏକ ଭ୍ୟୁ ପଏଣ୍ଟ ଓ ସ୍ମୃତିକୁ ସାଇତି ରଖିବା ନିମନ୍ତେ ଏକ ସେଲଫି ଜୋନ୍ ମଧ୍ୟ ନିର୍ମାଣ କରାଯାଉଛି। କଟକବାସୀ ମଧ୍ୟ ଏଠାରେ ପ୍ରାକୃତିକ ପରିବେଶକୁ ଉପଭୋଗ କରିପାରିବେ। ରାଜ୍ୟ ତଥା ଦେଶବିଦେଶର ପର୍ଯ୍ୟଟକମାନଙ୍କୁ ଏଠାରେ ଅତ୍ୟାଧୁନିକ ୱାଟର ସ୍ପୋଟର୍ସ ଓ ମନୋରଞ୍ଜନର ସୁବିଧା ଯୋଗାଇଦେବା ପାଇଁ ଓଟିଡିସି ଖୁବଶୀଘ୍ର ଅନ୍ୟାନ୍ୟ ଆବଶ୍ୟକ ଭିତ୍ତିଭୂମି ବିକାଶ କାର୍ଯ୍ୟ କରାଇବ ବୋଲି ଶ୍ରୀମୟୀ ମିଶ୍ର କହିଛନ୍ତି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories