www.samajalive.in
Tuesday, December 9, 2025
26.1 C
Bhubaneswar

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାର ତଦନ୍ତ ହେବ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ଵର : ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା ତଦନ୍ତ କରାଯିବ। ବିଭାଗୀୟ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ସୂଚନା ଦେଇଛନ୍ତି। ପରିକ୍ଷାର୍ଥୀ ମାନେ ନିରାଶ ହୁଅନ୍ତୁ ନାହିଁ ଆଉଥିରେ ପରୀକ୍ଷା କରାଯିବ ବୋଲି ଶ୍ରୀ ପାତ୍ର କହିଛନ୍ତି।

ସୂଚନାଯୋଗ୍ୟ ଯେ, ପ୍ରାଥମିକ ବିଦ୍ୟାଳୟ ଶିକ୍ଷକଙ୍କ ଯୋଗ୍ୟତା ପରୀକ୍ଷା ଲାଗି ଉଦ୍ଦିଷ୍ଟ ଓଟିଇଟି ଆଜି ସମଗ୍ର ରାଜ୍ୟରେ ଅନୁଷ୍ଠିତ ହୋଇଥିଲା। ପୂର୍ବାହ୍ନ ୧୦ଟାରେ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ଏହାର ପ୍ରଶ୍ନପତ୍ର ପ୍ରଘଟ ହୋଇଥିବା ଅଭିଯୋଗ ଆସିଥିଲା। ଓଟିଇଟି ପ୍ରଶ୍ନପତ୍ରର ନକଲ ମୋବାଇଲରେ ଭାଇରାଲ ହୋଇଥିଲା।  ପ୍ରଘଟ ହୋଇଥିବା ପ୍ରଶ୍ନପତ୍ର ଯାଞ୍ଚ ପରେ ତାହା ଅସଲି ବୋଲି ଜଣାପଡିଥିଲା। ଏହାପରେ ପରୀକ୍ଷାକୁ ବାତିଲ କରି ଦିଆଯାଇଛି।  ମୋଟ  ୧ଲକ୍ଷ ୧୨ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି।

Hot this week

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

Related Articles

Popular Categories