www.samajalive.in
Friday, December 5, 2025
20.1 C
Bhubaneswar

ଓଟିଏମରେ ନୂଆ ଟେକ୍ସଟାଇଲ ଶିଳ୍ପରେ ମା ମାନଙ୍କ ପାଇଁ ସୁଯୋଗ ରହିବ-ମୁଖ୍ୟମନ୍ତ୍ରୀ

କଟକ: ଚୌଦ୍ୱାର ଗସ୍ତରେ ଯାଇ ଓଟିଏମ ଜମିରେ ଟେକ୍ସଟାଇଲ ପାର୍କର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚୌଦ୍ୱାରରେ ଆଜି ଆଉ ଏକ ନୂଆ ଅଧ୍ୟାୟ ସୃଷ୍ଟି ହେଲା । ଏହି ଟେକ୍ସଟାଇଲ ଶିଳ୍ପରେ ମା’ ମାନଙ୍କ ପାଇଁ ସୁଯୋଗ ରହିବ । ଓଟିଏମର ୪୭୮ ଏକର ଜମିରେ ଆନୁମାନିକ ୩ହଜାର ୫୦ କୋଟି ଟଙ୍କା ବ୍ୟୟରେ ଏକ ନୂଆ ଟେକ୍ସଟାଇଲ ଶିଳ୍ପ ପ୍ରତିଷ୍ଠା ହେବାକୁ ଯାଉଛି । ଏହାଦ୍ୱାରା ୧୦ହଜାର ନିଯୁକ୍ତି ସୃଷ୍ଟି ନେଇ ଲକ୍ଷ୍ୟ ରହିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

ରାଜ୍ୟ ସରକାର ଓଟିଏମର ମୋଟ ୫୨୨ ଏକର ଜମିକୁ ନିଜ ଅଧିନକୁ ନେଇ ସେଥିରୁ ଟେକ୍ସଟାଇଲ ପାର୍କ ପାଇଁ ୱେଲସ୍ପନ୍ କମ୍ପାନୀକୁ ପ୍ରଥମ ପର୍ୟ୍ୟାୟରେ ୨୩୦ ଏକର ଜମି ଯୋଗାଇ ଦେଇଛନ୍ତି । ପର୍ଯ୍ୟାୟକ୍ରମେ କମ୍ପାନୀକୁ ବାକି ଜମି ଦିଆଯିବ ବୋଲି କୁହାଯାଇଛି । ଓଟିଏମ ମିଲ୍‌ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସ୍ୱପ୍ନର ପ୍ରକଳ୍ପ ଥିଲା । କାଳକ୍ରମେ ଏହା ବନ୍ଦ ହୋଇଯିବାରୁ ଜୀବିକା ହରାଇଥିଲେ ହଜାର ହଜାର ଶ୍ରମିକ । ଦୀର୍ଘ ଦିନର ଦାବି ପରେ ଏଠାରେ ନୂଆ ଟେକ୍ସଟାଇଲ ପାର୍କ ନିର୍ମାଣ ହେବାକୁ ଯାଉଛି ।

- Advertisement -

 

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories