www.samajalive.in
Tuesday, December 9, 2025
15.1 C
Bhubaneswar

ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ 

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ପୋଖରୀବନ୍ଧ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ “ଆମ ସଂସ୍କୃତି ଓ ଆମ ଖେଳନା” କାର୍ଯ୍ୟକ୍ରମ ସହ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ସୋମବାର ଅନୁଷ୍ଠିତ ହୋଇଯାଇଛି । ଜାର୍ଗୀ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିଶିର କାନ୍ତ ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ  ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀନାଥ ଦଣ୍ଡିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ସେବା ନିବୃତ ଶିକ୍ଷକ ବଂଶୀଧର ପଣ୍ଡା, ଶିକ୍ଷକ କାଶୀନାଥ ସାହୁ, ଜଗଦୀଶ ଚନ୍ଦ୍ର ବେହେରା, ସିଆରସିସି ସୁଶାନ୍ତ ମଳିକ  ପ୍ରମୁଖ ଯୋଗ ଦେଇ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମର ଉଦେଶ୍ୟ ଓ ଉପଯୋଗିତା ସହ ଶୈକ୍ଷିକ ବିକାଶରେ ମାତା ଓ ପିଲାଙ୍କ ଭୁମିକା ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ । ପ୍ରଧାନ ଶିକ୍ଷକ ପଦ୍ମଲୋଚନ ପଣ୍ଡା ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ଦୁର୍ଯ୍ୟୋଧନ ସାହୁ ବାର୍ଷିକ ବିବରଣୀ ପଠନ କରିଥିଲେ । ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।  ଛାତ୍ରଛାତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories