www.samajalive.in
Sunday, December 14, 2025
19.1 C
Bhubaneswar

ଉତ୍କର୍ଷ କେନ୍ଦ୍ର ହେବ ଓୟୁଟିଆର : ୫ଟି ସଚିବ

ଭୁବନେଶ୍ୱର : ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ବବିଦ୍ୟାଳୟ (ଓୟୁଟିଆର)କୁ ଇଞ୍ଜିନିୟରିଂ ଶିକ୍ଷା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ର ରୂପେ ଗଢାଯିବ। ଭିତ୍ତିଭୂମି ବିକାଶ ସହ ଏଠାରେ ନୂତନ ପାଠ୍ୟକ୍ରମ ଖୋଲିବ। ଆଗାମୀ ୩ ବର୍ଷରେ ଏହାକୁ ଏକ ଜାତୀୟ ସ୍ତରୀୟ ଅଗ୍ରଣୀ ଅନୁଷ୍ଠାନରେ ପରିଣତ କରାଯିବ। ଏଥିପାଇଁ ପ୍ରାଥମିକ ପର୍ଯ୍ୟାୟରେ ୩୦୦ କୋଟି ଟଙ୍କା ବିନିଯୋଗ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ଆଜି ଭୁବନେଶ୍ବର ଘାଟିକିଆଠାରେ ଥିବା ଓୟୁଟିଆର ପରିଦର୍ଶନ କରି ସେଠାରେ ଭିତ୍ତିଭୂମି ବିକାଶ ପାଇଁ ସ୍ଥିତି ଅନୁଧ୍ୟାନ କରି ଉପରୋକ୍ତ ମନ୍ତବ୍ୟ ରଖିଛନ୍ତି।
ସୂଚନାଯୋଗ୍ୟ ଯେ ପୂର୍ବରୁ କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ସିଇଟି) ଭାବରେ ପରିଚିତ ଥିବା ଏହି ଅନୁଷ୍ଠାନ ଏବେ ଏହା ଓୟୁଟିଆର ବା ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ବବିଦ୍ୟାଳୟରେ ରୂପାନ୍ତରିତ ହୋଇଛି। ୨୦୨୧ ଜୁଲାଇ ୧୭ରେ ଏହି ପରିବର୍ତ୍ତନ ପାଇଁ କ୍ୟାବିନେଟ ନିଷ୍ପତ୍ତି ହୋଇଥିଲା। ମହାବିଦ୍ୟାଳୟରୁ ବିଶ୍ବବିଦ୍ୟାଳୟ ହେବାପରେ ଭିତ୍ତିଭୂମିର ବିକାଶକୁ ଦୃଷ୍ଟିରେ ରଖି ୫-ଟି ସଚିବ ଶ୍ରୀ ପାଣ୍ଡିଆନ ଓ ଆଇଟି ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା ଆଜି ଓୟୁଟିଆର ଗସ୍ତ କରି ପରିସ୍ଥିତିର ଅନୁଧ୍ୟାନ କରି ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୩୦୦ କୋଟି ବିନିଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିବାବେଳେ ଅଧିକ ୪ଟି ବିଭାଗ ଖୋଲାଯିବ। ୨ରୁ ୩ବର୍ଷ ମଧ୍ୟରେ ବିକାଶ କାର୍ଯ୍ୟ ଓ ଭିତ୍ତିଭୂମି ସ୍ଥାପନ କରି ଜାତୀୟସ୍ତରରେ କିଭଳି ଏହାକୁ ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ କରାଯିବ ସେଥିପ୍ରତି ଗୁରୁତ୍ବ ଦିଆଯାଇଛି।
ବିଶ୍ବବିଦ୍ୟାଳୟର ପ୍ରସ୍ତାବିତ ମାଷ୍ଟର ପ୍ଲାନ ଦେଖିବା ସହ ଭିତ୍ତିଭୂମିର ଆବଶ୍ୟକତା, କର୍ମଚାରୀ ଓ ଅଧ୍ୟାପକଙ୍କ ଆବଶ୍ୟକତା ସମେତ ଛାତ୍ରଛାତ୍ରୀଙ୍କ ପାଇଁ ଆବଶ୍ୟକ ସୁବିଧା ସମ୍ପର୍କରେ ସଚିବ ଶ୍ରୀ ପାଣ୍ଡିଆନ ଶିକ୍ଷାନୁଷ୍ଠାନର କର୍ତ୍ତୃପକ୍ଷ ଓ ବିଭାଗୀୟ ସଚିବଙ୍କ ସହ ବିସ୍ତୃତ ଆଲୋଚନା ଓ ସମୀକ୍ଷା କରିଛନ୍ତି। ସୂଚନାଯୋଗ୍ୟ ଯେ ବିଶ୍ବବିଦ୍ୟାଳୟରେ ମୋଟ ୨୬ଟି ବିଭାଗରେ ୪୦୦୦ରୁ ଅଧିକ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି। ଓୟୁଟିଆର ଗସ୍ତ ସମୟରେ ୫-ଟି ସଚିବ ବିଶ୍ବବିଦ୍ୟାଳୟର ବିଭିନ୍ନ ଲାବୋରେଟୋରୀ ଓ ସ୍ମାର୍ଟକ୍ଲାସ ବୁଲି ଦେଖିଥିଲେ। ଏହାସହିତ ବିଶ୍ବବିଦ୍ୟାଳୟର ବିଭିନ୍ନ ବିଭାଗର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି ସେମାନଙ୍କ ଠାରୁ ଫିଡବ୍ୟାକ ନେଇଥିଲେ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories