www.samajalive.in
Saturday, December 6, 2025
19.1 C
Bhubaneswar

ପି.ଡି. ବାଘେଲା ଟ୍ରାଇର ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ : କେନ୍ଦ୍ର ଔଷଧ ବିଭାଗ ସଚିବ ପି.ଡି. ବାଘେଲା ହୋଇଛନ୍ତି ଭାରତୀୟ ଟେଲିକମ୍‌ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ)ର ନୂଆ ଅଧ୍ୟକ୍ଷ । ଶ୍ରୀ ବାଘେଲା ଆର୍‌.ଏସ୍‌. ଶର୍ମାଙ୍କ ସ୍ଥାନରେ ଏହି ନିଯୁକ୍ତି ପାଇଛନ୍ତି । ଶ୍ରୀ ଶର୍ମା ୫ ବର୍ଷ କାଳ କାର୍ଯ୍ୟ କରିବା ପରେ ଚଳିତ ମାସ ଶେଷରେ ଏହି ପଦ ଛାଡିବାକୁ ଯାଉଛନ୍ତି । ଶ୍ରୀ ବାଘେଲାଙ୍କ ନିଯୁକ୍ତିକୁ କେନ୍ଦ୍ର କ୍ୟାବିନେଟ୍‌ର ନିଯୁକ୍ତି ପ୍ରଦାନକାରୀ କମିଟି (ଏସିସି) ଅନୁ‌େମ‌ାଦନ ଦେଇଛି । ଗୁଜରାଟ କ୍ୟାଡର ଭାରତୀୟ ପ୍ରଶାସନିକ ଅଧିକାରୀ ଶ୍ରୀ ବାଘେଲା ଏହି ପଦରେ ତିନି ବର୍ଷ କିମ୍ବା ତାଙ୍କୁ ୬୫ ବର୍ଷ ହେବା ପର୍ଯ୍ୟନ୍ତ ରହିବେ ବୋଲି କେନ୍ଦ୍ର କାର୍ମିକ ଏବଂ ପ୍ରଶିକ୍ଷଣ ବିଭାଗ (ଡିଓପିଟି) ପକ୍ଷରୁ ଜାରି କରାଯାଇଥିବା‌ ଏକ ବିଜ୍ଞପ୍ତିରେ କୁହାଯାଇଛି ।  

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories