www.samajalive.in
Monday, December 8, 2025
27.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ରଙ୍କୁ ସମ୍ମାନସୂଚକ ଡି.ଲିଟ୍ ଉପାଧି

ଡେସ୍କ: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପ୍ରମୋଦ କୁମାର ମିଶ୍ରଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ସମାରୋହରେ ସମ୍ମାନସୂଚକ ଡି.ଲିଟ୍ ଉପାଧିରେ ସମ୍ମାନିତ କରାଯାଇଛି। ବିଶ୍ୱବିଦ୍ୟାଳୟ ପରିସରରେ ଆଜି ଆୟୋଜିତ ଭବ୍ୟ ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଡକ୍ଟର ମିଶ୍ରଙ୍କୁ ଡି. ଲିଟ୍ ଉପାଧିରେ ସମ୍ମାନିତ କରିଥିଲେ। ଏହି ଅବସରରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ।

୧୯୭୨ ବ୍ୟାଚ୍ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ଡକ୍ଟର ମିଶ୍ରଙ୍କର ଦୀର୍ଘ ୫୦ ବର୍ଷରୁ ଅଧିକ ସମୟର ପ୍ରଶାସନିକ ଅଭିଜ୍ଞତା ରହିଛି। ସେ ଗୁଜରାଟ ସରକାର ଏବଂ ଭାରତ ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ନିଷ୍ଠା ଓ ଦକ୍ଷତାର ସହ କାର୍ଯ୍ୟ କରିଛନ୍ତି। ଡକ୍ଟର ମିଶ୍ରଙ୍କର ପ୍ରଶାସନିକ ସେବା ବ୍ୟତୀତ ଜଣେ ବିଶିଷ୍ଟ ଅର୍ଥନୀତିଜ୍ଞ ଭାବେ ବିଶେଷ ଖ୍ୟାତି ରହିଛି । ସମ୍ପ୍ରତି ଓଡ଼ିଶା ଗସ୍ତରେ ଥିବା ଡକ୍ଟର ପି.କେ ମିଶ୍ର ଆଜି କିଟ୍ ଓ କିସ୍ ଗସ୍ତ କରି ଛାତ୍ରଛାତ୍ରୀଙ୍କୁ ସାମ୍ବୋଧିତ କରିବେ। ସେ ଭୁବନେଶ୍ୱରସ୍ଥିତ ସିଏସଆଇଆର-ଆଇଆଇଏମଟି ପରୀକ୍ଷାଗାର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ପୁରୀ ଗସ୍ତ କରି ଶ୍ରୀମନ୍ଦିର ବିକାଶ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିବେ।

Hot this week

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

Related Articles

Popular Categories