www.samajalive.in
Saturday, December 13, 2025
14.1 C
Bhubaneswar

କୃଷି ଓ କୃଷକଙ୍କ ବିକାଶ ପାଇଁ ସରକାର ପ୍ରତିଶୃତିବଦ୍ଧ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବରଗଡ଼ ଜିଲ୍ଲା ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ୪୮୮ କୋଟି ଟଙ୍କାର ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‌‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । କୃଷି ଓ କୃଷକଙ୍କ ବିକାଶ ପାଇଁ ମୋ ସରକାର ପ୍ରତିଶୃତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଏହି ଅବସରରେ ସେ ପଦ୍ମପୁରର ଚାଷୀମାନଙ୍କ ଉନ୍ନତି ପାଇଁ ୧୦ କୋଟି ଟଙ୍କାର ୨୦ଟି ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏହା ସହିତ କୃଷି ବଜାର ଭିତ୍ତିଭୂମି ବିକାଶ ପାଇଁ ୧୮ କୋଟି ୪୮ ଲକ୍ଷ ଟଙ୍କାର ପ୍ରକଳ୍ପ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ପଦ୍ମପୁରରେ ଯୋଗାଯୋଗର ବିକାଶ ପାଇଁ ୨୬୦ କୋଟି ଟଙ୍କାରେ ୩୮ଟି ସେତୁ ଓ ୧୩୬ କୋଟି ଟଙ୍କାରେ ୨୫ଟି ରାସ୍ତା କାର୍ଯ୍ୟର ଶୁଭାରମ୍ଭ ହୋଇଛି । ଏହା ସହ ୯ କୋଟି ଟଙ୍କାରେ ଗ୍ରାମ୍ୟ ଭିତ୍ତିଭୂମି ପ୍ରକଳ୍ପ, ନୃସିଂହନାଥ ଓ ବେଦବରାହ ପୀଠର ବିକାଶ ପାଇଁ ୨୬ କୋଟି
ଟଙ୍କା ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିଭଳି ପଦ୍ମପୁରର ୩୦ଟି ହାଇସ୍କୁଲର ରୂପାନ୍ତର ହୋଇଛି। ଏଥିସହ ୩ଟି ବ୍ଲକ ଓ ସହରାଞ୍ଚଳ ପାଇଁ ୩୦ କୋଟି ଟଙ୍କାର ପ୍ରକଳ୍ପ ମୁଖ୍ୟମନ୍ତ୍ରୀ ଉଦ୍‌‌ଘାଟନ କରିଛନ୍ତି ।

Hot this week

ଭେଣ୍ଟିଲେଟରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆ

ଢାକା: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ବେଗମ ଖାଲେଦା ଜିଆଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ...

ମେସିଙ୍କୁ ଦେଖିବା ପାଇଁ ଏୟାରପୋର୍ଟରେ ଅସମ୍ଭାଳ ଭିଡ; ଦେଖନ୍ତୁ ଭିଡ଼ିଓ

ସମାଜ ଡିଜିଟାଲ ଡେସ୍କ: ତିନି ଦିନିଆ ଭାରତ ଗସ୍ତରେ ଆସି କଲକାତା...

ଜନଗଣନା ପାଇଁ ୧୧,୭୧୮ କୋଟି ଟଙ୍କା ମଞ୍ଜୁର

ନୂଆଦିଲ୍ଲୀ: ଭାରତର ଜନଗଣନା ୨୦୨୭ ପାଇଁ ୧୧,୭୧୮. ୨୪ କୋଟି ଟଙ୍କାର...

ଇଣ୍ଡିଗୋରେ ପୁଣି ସଂକଟ; ୧୬୦ ବିମାନ ବାତିଲ

ନୂଆଦିଲ୍ଲୀ: ବିମାନ ପରିଚାଳନା ବ୍ୟବସ୍ଥା ସ୍ବାଭାବିକ ହେବା ନେଇ ଘରୋଇ ଏୟାରଲାଇନ୍ସ...

ଭାରତରେ ଲିଓନେଲ୍‌ ମେସି

ସମାଜ ଡିଜିଟାଲ ଡେସ୍କ: ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସି...

Related Articles

Popular Categories