ନଭେମ୍ବର ୨୧ରୁ ଧାନ କିଣା ଆରମ୍ଭ ହେବ

ଭୁବନେଶ୍ବର : ଚଳିତ ଖରିଫ୍ ଋତୁରେ ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ନଭେମ୍ବର ମାସ ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ଚଳିତ ବର୍ଷ ୮୦ ଲକ୍ଷ ଟନ୍ ଧାନ କିଣିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ଚାଷୀଙ୍କଠାରୁ କ୍ବିଣ୍ଟାଲ ପିଛା ୩୧୦୦ ଟଙ୍କାରେ ଧାନ କିଣିବେ ସରକାର । ସବୁ ମଣ୍ଡିରେ ଧାନର ମାନ ଯାଞ୍ଚ କରିବା ପାଇଁ କ୍ୱାଲିଟି ଟେଷ୍ଟିଂ ମେସିନ ରହିବ। ୪ରୁ ୫ଟି ମଣ୍ଡିରେ ଜଣେ ଲେଖାଏଁ ସୁପରଭାଇଜର ରହିବେ।

Comments are closed.