www.samajalive.in
Sunday, December 14, 2025
23.1 C
Bhubaneswar

ପଦ୍ମପୁର ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି । ଭାରତୀୟ ଜନତା ପାର୍ଟି ପକ୍ଷରୁ ପ୍ରଦୀପ ପୁରୋହିତଙ୍କ ନାଁ ଘୋଷଣା ହୋଇଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ପ୍ରଦୀପଙ୍କ ନାଁ ଘୋଷଣା ହୋଇଥିବା ବେଳେ ପୂର୍ବରୁ ପ୍ରଦୀପଙ୍କ ନାଁ ଘୋଷଣା ହେବା ନେଇ ଦଳ ପକ୍ଷରୁ କୁହାଯାଇଥିଲା । ଗତକାଲି ବିଜେପି ବିଧାୟିକା କୁସୁମ ଟେଟେ ଏନେଇ ସୂଚନା ଦେଇଥିଲେ । ପଦ୍ମପୁର ଉପ ନିର୍ବାଚନ ପାଇଁ ଆସନ୍ତା ୧୪ ତାରିଖରେ ପ୍ରଦୀପ ପୁରୋହିତ ନାମାଙ୍କନପତ୍ର ଦାଖଲ କରିବେ ବୋଲି ସେ କହିଛନ୍ତି । ନଭେମ୍ବର ୧୭ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ନଭେମ୍ବର ୧୮ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ନଭେମ୍ବର ୨୧ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିହେବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି । ଡିସେମ୍ବର ୫ ତାରିଖରେ ଭୋଟ ଗ୍ରହଣ ହେବ। ଡିସେମ୍ବର ୮ ତାରିଖରେ ଭୋଟ୍ ଗଣତି ହେବା ସହ ସେହିଦିନ ହିଁ ଫଳାଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି।

 

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories