www.samajalive.in
Thursday, December 11, 2025
15.1 C
Bhubaneswar

ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ୩ ପ୍ରାର୍ଥୀ

ପଦ୍ମପୁର: କମ୍ପିଲାଣି ପଦ୍ମପୁର ରାଜନୀତି । ଉପନିର୍ବାଚନ ପାଇଁ ପଦ୍ମପୁର ରାଜନୀତି ସରଗରମ ହେଉଛି । ଆଜି ବିଧିବଦ୍ଧ ଭାବେ ପଦ୍ମପୁର ଉପନିର୍ବାଚନ ପାଇଁ ସମସ୍ତ ୩ ରାଜନୈତିକ ଦଳର ପ୍ରାର୍ଥୀ ମାନେ  ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ପ୍ରଥମେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ନିଜ ସମର୍ଥକଙ୍କ ସହ ଯାଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ପରେ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ମଧ୍ୟ ନାମାଙ୍କନ ଭରିଛନ୍ତି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ କଂଗ୍ରେସର ବହୁ ବରିଷ୍ଠ ନେତାଙ୍କ ଗହଣରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିଛନ୍ତି ସତ୍ୟଭୂଷଣ ।

ଆଜି ନାମାଙ୍କନ ଦାଖଲର ଶେଷ ଦିନ ଥିବାରୁ ବିଜେପି ପକ୍ଷରୁ ମଧ୍ୟ ପ୍ରାର୍ଥିପତ୍ର ଦାଖଲ କରାଯାଇଛି । ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ବିଧିବଦ୍ଧ ଭାବେ ନାମାଙ୍କନ ଦାଖଲ କରିଛନ୍ତି । ପୂର୍ବରୁ ବିଜେପି ନାମଙ୍କନ ଭରିବା ନେଇ ତାରିଖ ଘୋଷଣା କରିଥିଲା । ହେଲେ ଚାଷୀଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇ ବିଜେପି ନାମାଙ୍କନ ଦାଖଲ କରିନଥିଲା ।

- Advertisement -

ଶେଷରେ ଆଜି ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ଦିନ ଥିବାରୁ କଂଗ୍ରେସ ଓ ବିଜେଡିର ପ୍ରାର୍ଥୀ ମାନେ ପ୍ରାର୍ଥିପତ୍ର ଦାଖଲ କରିବା ପରେ ନାମାଙ୍କନ ଭରିଥିଲେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ । ଆସନ୍ତାକାଲି ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ନଭେମ୍ବର ୨୧ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିହେବ ବୋଲି ବିଜ୍ଞପ୍ତିରେ ପୂର୍ବରୁ ଦର୍ଶାଯାଇଛି । ଡିସେମ୍ବର ୫ ତାରିଖରେ ଭୋଟ ଗ୍ରହଣ ହେବ। ଡିସେମ୍ବର ୮ ତାରିଖରେ ଭୋଟ୍ ଗଣତି ହେବା ସହ ସେହିଦିନ ହିଁ ଫଳାଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories