www.samajalive.in
Saturday, December 6, 2025
14.1 C
Bhubaneswar

ପଦ୍ମପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ପୂର୍ବରୁ ପଦ୍ମପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ତାରିଖ ଘୋଷଣା ହୋଇଥିଲା। ଡିସେମ୍ବର ୫ ତାରିଖରେ ପଦ୍ମପୁର ଉପନିର୍ବାଚନ ହେବ ବୋଲି କୁହାଯାଇଥିଲା । ସେହିପରି ନଭେମ୍ବର ୧୭ ତାରିଖ​‌ରେ ପ୍ରାର୍ଥୀ ମାନେ ନାମାଙ୍କନ ଦାଖଲ କରିବାର ତାରିଖର ଶେଷ ଦିନ ରହିଛି । ୧୮ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ୨୧ ତାରିଖରେ ପ୍ରାର୍ଥୀ ମାନେ ପ୍ରାର୍ଥିପତ୍ର ପତ୍ୟାହର କରିବା ନେଇ ଶେଷ ତାରିଖ ରହିଛି । ଡିସେମ୍ବର ୫ ତାରିଖରେ ଭୋଟିଂ ଥିବା ବେଳେ, ୮ ତାରିଖରେ ଭୋଟ୍‌ ଗଣତି କରାଯିବ । ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଛି ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories