www.samajalive.in
Sunday, December 14, 2025
17.1 C
Bhubaneswar

ପଦ୍ମପୁରରେ ଯୁଗ୍ମ ଅଭିଯୋଗ ଶୁଣାଣି: ପାନୀୟ ଜଳ, ଡାକ୍ତର ଅଭାବ, ପାଟ୍ରୋଲିଂ ବ୍ୟବସ୍ଥା ମୁଖ୍ୟ ସମସ୍ୟା

ପଦ୍ମପୁର: ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ପଦ୍ମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସ୍ୱଧାଦେବ ସିଂହଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଭାସ୍କର ରଇତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ନିହାର ରଞ୍ଜନ କହଁର, ଗୁଣପୁର ଉପଜିଲ୍ଲାପାଳ ଲଳିତ କୁମାର କହଁର, ପ୍ରକଳ୍ପ ପ୍ରଶାସକ ତଥା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ଗୁଣପୁର ଶାନ୍ତିପ୍ରଭା ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଲାଲମୋହନ ରାଉତରାୟ, ଗୁଣପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାବୁଲି ନାୟକ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ।

ଆଜି ମୋଟ ୪୩ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୩୪ଟି ବ୍ୟକ୍ତିଗତ ଅଭିଯୋଗ ଥିବା ବେଳେ ୯ ଗୋଟି ଗ୍ରାମବାସୀମାନଙ୍କର ସାମୂହିକ ଅଭିଯୋଗ ଥିଲା। ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଅଭିଯୋଗଗୁଡିକ ଶୁଣି ତୁରନ୍ତ ସମାଧାନ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଶେଷ କରି ରାସ୍ତା, ପାନୀୟ ଜଳ, ବଡ଼ନାଳ ପାଣି ଯୋଗାଣ ଆଦିର ଦରଖାସ୍ତ ଗ୍ରହଣ କରିଥିବା ବେଳେ ସମସ୍ତ ଆବେଦନଗୁଡିକୁ ତ୍ୱରିତ ସମାଧାନ କରିବା ସହ ଜିଲ୍ଲା କାର୍ଯ୍ୟାଳୟକୁ ବିବରଣୀ ପ୍ରଦାନ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏହି ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣିରେ ପଦ୍ମପୁର ବ୍ଲକର ସମସ୍ତ ପଞ୍ଚାୟତରେ ଆସିଥିବା ଇନ୍ଦିରା ଆବାସ ଗୃହ, ରାସନ କାର୍ଡ, ଭତ୍ତା, ପଦ୍ମପୁର ଗ୍ରାମର ବିଦ୍ୟୁତ ସମସ୍ୟା, ପାଣି ସମସ୍ୟା, ପଦ୍ମପୁରରେ ଦିନକୁ ଦିନ ଚୋର, ଡକାୟତି ହେବା, ପଦ୍ମପୁରରେ ରାତ୍ରୀକାଳୀନ ପାଟ୍ରୋଲିଂ ବ୍ୟବସ୍ଥା କରିବା ପାଇଁ ଗୁଣପୁର ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଏବଂ ପଦ୍ମପୁର ଥାନା ଅଧିକାରୀଙ୍କୁ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ ସୂଚନା ଦେଇଥିଲେ । ପଦ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସ୍ତ୍ରୀ ପ୍ରସୂତି ବିଶେଷଜ୍ଞ, ଶିଶୁ ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଏବଂ ପଦ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ନିଯୁକ୍ତି ପାଇଥିବା ଡାକ୍ତର ସନ୍ଦିପ କୁମାର ସ୍ୱାଇଁଙ୍କୁ କିପରି ଗୁଣପୁର ଉପଖଣ୍ଡ ଡାକ୍ତରଖାନାକୁ ଅବସ୍ଥାପିତ କରାଯାଇଛି। ସେଥିପାଇଁ ଆଜି ପଦ୍ମପୁର ବିପଦର ବନ୍ଧୁର ସଭାପତି ସୁଶାନ୍ତ ସାହୁଙ୍କ ସମେତ ସମସ୍ତ ସଦସ୍ୟ ରାୟଗଡା ଜିଲ୍ଲା ଚିକିତ୍ସା ଅଧିକାରୀ ଡା. ଲାଲମୋହନ ରାଉତରାୟଙ୍କୁ ଲିଖିତ ଭାବେ ଅଭିଯୋଗ କରିଥିଲେ । ପଦ୍ମପୁରରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ତିନି ଦିନ ଓ ଗୁଣପୁର ଉପଖଣ୍ଡ ମେଡିକାଲରେ ତିନି ଦିନ ରହିବା ପାଇଁ ବିପଦର ବନ୍ଧୁର ସଦସ୍ୟମାନେ ଜିଲ୍ଲା ଚିକିତ୍ସା ଅଧିକାରୀଙ୍କୁ ଅନୁରୋଧ କରିଥିଲେ । ଏଥି ନିମନ୍ତେ ରାୟଗଡା ଜିଲ୍ଲାପାଳ ସ୍ବଧାଦେବ ସିଂହ ପଦ୍ମପୁର ବ୍ଲକରେ ଦୁଇ ଦୁଇ ଥର ଅଭିଯୋଗ ଶୁଣାଣିରେ କାହିଁକି ଅନୁପସ୍ଥିତ ରହୁଛନ୍ତି ବୋଲି ସ୍ଥାନୀୟ ପଦ୍ମପୁର ବ୍ଲକ ଇନ୍ଦୁପୁର ଗ୍ରାମପଞ୍ଚାୟତର ସମିତି ସଭ୍ୟ ଗୋଦାବରୀ ରାଉତ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories