www.samajalive.in
Wednesday, December 10, 2025
26.1 C
Bhubaneswar

ନାଇରା ହାଇସ୍କୁଲ ଠାରେ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ

ପଦ୍ମପୁର: ରାୟଗଡା ଜିଲା ପଦ୍ମପୁର ବ୍ଲକ ନାଇରା ଅରବିନ୍ଦ  ବିଦ୍ୟାପୀଠ ଓ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ ହୋଇଯାଇଛି। ହାଇସ୍କୁଲର ପ୍ରଧାନ ଶିକ୍ଷକ ସିମାଞ୍ଚଳ ବିଡିକାଙ୍କ ସଭାପତିତ୍ୱରେ ଅନୁଷ୍ଠିତ  ବାର୍ଷିକ କ୍ରୀଡା ଉତ୍ସବରେ  ମୁଖ୍ୟ ଅତିଥି ଭାବେ ପଦ୍ମପୁର ବ୍ଲକର ଶିକ୍ଷା ଅଧିକାରୀ ସୁବାଷ ଚନ୍ଦ୍ର ଶବର, ସମ୍ମାନୀତ ଅତିଥି ଭାବେ ନାଇରା ଗ୍ରାମ ପଞ୍ଚାୟତର ସରପଞ୍ଚ ତୁଳସା ଶବର ,ବିଦ୍ୟାଳୟ କମିଟିର ସଭାପତି ରବିନ ପାଣି ଯୋଗଦେଇଥିଲେ।

ବାର୍ଷିକ କ୍ରୀଡା ଉତ୍ସବ ତିନି ଦିନ ଧରି ଚାଲିବାକୁ ଥିବାବେଳେ ଅରବିନ୍ଦ  ବିଦ୍ୟାପୀଠ ଓ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଏହି କ୍ରୀଡା ଉତ୍ସବ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତେ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଓ ଆଦିବାସୀ ଉନ୍ନୟନ ବିଭାଗର ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସର ସମସ୍ତ କର୍ମଚାରୀଙ୍କ ସହଯୋଗରେ ପାଳିତ ହୋଇଯାଇଛି ।

Hot this week

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

Related Articles

Popular Categories